ଆସନ୍ତାକାଲି ପବିତ୍ର ଜନ୍ମାଷ୍ଟମୀ, ଆଜି ଶ୍ରୀମନ୍ଦିରରେ ଲାଗି ହେବ ୬ ମୂର୍ତ୍ତି ଅଳଙ୍କାର

ପୁରୀ (କେନ୍ୟୁଜ ବ୍ୟୁରୋ): କାଲି ପବିତ୍ର ଜନ୍ମାଷ୍ଟମୀ । ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମ ଉତ୍ସବ । ଏଥିପାଇଁ ଆଜି ଶ୍ରୀମନ୍ଦିରରେ ସନ୍ଧ୍ୟା ଆଳତୀ ବେଶରେ ଠାକୁରଙ୍କୁ ୬ ମୂର୍ତ୍ତି ଅଳଙ୍କାର ଲାଗି କରାଯିବ । ସନ୍ଧ୍ୟା ଧୂପ ପରେ ଜୟବିଜୟ ଦ୍ୱାର ବନ୍ଦ ହେବ । ଟେରାବନ୍ଧା ହେବା ପରେ ମହାପ୍ରଭୁଙ୍କ ନିକଟରେ ଯେଉଡ ଭୋଗ ଅର୍ଥାତ ଶାଗ, ପିଠା, ଖିରି ଅଦି ରୋଷ ଘରୁ ଆଣି ଅଣସର ପିଣ୍ଡିରେ ରଖାଯିବ ।

ମହାପ୍ରଭୁଙ୍କ ଶ୍ରୀ ଅଙ୍ଗରେ ପ୍ରସାଦ ଲାଗି କରିବେ ମୁଦିରସ୍ତ ସେବାୟତ । ୩ ପୂଜାପଣ୍ଡା ପଞ୍ଚାକ୍ଷର ମନ୍ତ୍ରରେ ପୂଜା କରିବା ସହ ପଣ୍ଡା,ପତି, ମୁଦିରସ୍ତ ତିନିବାଡରେ ବନ୍ଦାପନା କରିବେ । ଏହାକୁ ଗର୍ଭଉଦକ ବନ୍ଦାପନା କୁହାଯାଇଥାଏ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.