କାଲି ବେଶୀ ରହିବ ପଶ୍ଚିମା ଝଡ଼ର ପ୍ରଭାବ, ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ବହିବ ପବନ
ଆଗାମୀ ୨୪ ଘଣ୍ଟାରେ ଉତ୍ତର ଓଡ଼ିଶାର କିଛି ଜିଲ୍ଲା, ଦକ୍ଷିଣ ଓଡ଼ିଶା ସହ କନ୍ଧମାଳ, ବୌଦ୍ଧ, ସୋନପୁର, ବଲାଙ୍ଗିର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

କେନ୍ୟୁଜ୍(ବ୍ୟୁରୋ): ରାଜ୍ୟରେ ପଶ୍ଚିମା ଝଡ଼ର ପ୍ରଭାବ । କାଲି ବେଶୀ ରହିବ ପ୍ରଭାବ। କାଲି ବର୍ଷା ଓ ବଜ୍ରପାତ ସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ବହିବ ପବନ। ଆଗାମୀ ୨୪ ଘଣ୍ଟାରେ ଉତ୍ତର ଓଡ଼ିଶାର କିଛି ଜିଲ୍ଲା, ଦକ୍ଷିଣ ଓଡ଼ିଶା ସହ କନ୍ଧମାଳ, ବୌଦ୍ଧ, ସୋନପୁର, ବଲାଙ୍ଗିର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବିଜୁଳି ଓ ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି କିଛି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
କାଲି ରାଜ୍ୟବ୍ୟାପୀ ବିଭିନ୍ନ ସ୍ଥାନରେ ବର୍ଷାର ସମ୍ଭାବନା ରହିଛି। ବିଜୁଳି ଓ ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ପାଇଁ ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଆସନ୍ତାକାଲି ପ୍ରବଳ ବର୍ଷା ପାଇଁ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, କଟକ ଓ ଢେଙ୍କାନାଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାମାନଙ୍କର କିଛି କିଛି ସ୍ଥାନରେ ୭ରୁ ୧୧ସେମି ବର୍ଷା ହୋଇପାରେ। ଏପ୍ରିଲ ୧ତାରିଖରେ ମଧ୍ୟ ବିଜୁଳି, ଘଡ଼ଘଡ଼ି ଓ ପବନ ପାଇଁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ୨ତାରିଖରୁ ପୁଣି ଏକ ପଶ୍ଚିମା ଝଡ଼ର ପ୍ରଭାବ ପକାଇବ।