Below header

ନୟାଗଡ଼ : ଭାରସାମ୍ୟ ହରାଇ ଦୋକାନ ଉପରେ ମାଡ଼ିଗଲା ଟୁରିଷ୍ଟ ବସ୍, ୧୦ରୁ ଅଧିକ ଯାତ୍ରୀ ଆହତ

ନୟାଗଡ଼(କେନ୍ୟୁଜ୍) : ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ଅନ୍ତର୍ଗତ ଟାକରା ନିକଟରେ ‘ଚକାଡ଼ୋଳା’ ନାମକ ଏକ ଟୁରିଷ୍ଟ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍ ଟି ଭାରସାମ୍ୟ ହରାଇବା ପରେ ଦୁଇଟି ଦୋକାନ ଉପରେ ମାଡ଼ି ଯାଇଥିଲା । ଏଥିରେ ଥିବା ୬୦ ଜଣ ଯାତ୍ରୀଙ୍କ ମଧ୍ୟରୁ ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ବେଳେ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ସମସ୍ତଙ୍କୁ ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ବସ୍‌ଟି ବଲାଙ୍ଗିରରୁ ପୁରୀ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ତେବେ ଦୁର୍ଘଟଣାର ପ୍ରକୃତ କାରଣ ଜଣାପଡ଼ି ନଥିବା ବେଳେ ଏ ନେଇ ପୁଲିସ୍ ତଦନ୍ତ ଆରମ୍ଭ କରିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.