ଭୁବନେଶ୍ବରରେ ଟ୍ରାଫିକ କଟକଣା,ଦିନ ୩ଟାରୁ ଭସାଣି ଶେଷ ହେବା ଯାଏଁ କଟକଣା ବଳବତ୍ତର

ସରିଲା ଦୁର୍ଗା ପୂଜା। ଆଜି ଧରାପୃଷ୍ଠରୁ ବିଦାୟ ନେବେ ଜଗତଜନନୀ ମାଆ ଦୁର୍ଗା। ମାଆଙ୍କ ମେଲାଣି ପାଇଁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଭୁବନେଶ୍ବର ଓ କଟକରେ ଭସାଣୀ ସମୟରେ ଯାନବାହନର ସୁନିୟନ୍ତ୍ରିତ ଚଳାଚଳ ତଥା ଜନସାଧାରଣ ଓ ପଥଚାରୀଙ୍କ ସୁବିଧା ଉଦ୍ଦେଶ୍ୟରେ ଟ୍ରାଫିକ କଟକଣା ଜାରି ହୋଇଛି। ଭୁବନେଶ୍ବରରେ ଦିନ ୩ଟାରୁ ଭସାଣି ଶେଷ ହେବା ଯାଏଁ କଟକଣା ବଳବତ୍ତର ରହିବ । ମେଢଗୁଡ଼ିକ ଯିବାକୁ ଥିବା ମୁଖ୍ୟ ରାସ୍ତା ପାଇଁ ଟ୍ରାଫିକ ପକ୍ଷରୁ ଏଭଳି କଟକଣା ଜାରି ହୋଇଛି ।

ଭସାଣି ଶେଷ ଯାଏଁ ବାଣୀବିହାର-ରାଜମହଲ ରାସ୍ତାରେ ଗାଡ଼ି ଚଳାଚଳ ବନ୍ଦ ରହିବ । ଖୋର୍ଦ୍ଧା ପଟୁ ଆସୁଥିବା ଗାଡ଼ି ସିଆରପି ଛକରୁ ଆଗକୁ ଆସିବ ନାହିଁ । ସିଆରପିରୁ ଏକାମ୍ର ଦେଇ ଜୟଦେବ ବିହାର ଯାଇପାରିବେ ଯାତ୍ରୀ । ସେହିପରି ଭସାଣି ସମୟରେ କିଟରୁ ଜାଭିୟର ପର୍ଯ୍ୟନ୍ତ ରାସ୍ତା ମଧ୍ୟ ବନ୍ଦ ରହିବ । ଭସାଣୀ ସମୟରେ ଅସୁବିଧା ନହେବାକୁ କରାଯାଇଛି ସମସ୍ତ ବ୍ୟବସ୍ଥା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
You might also like