କୁହୁଡ଼ି ସାଜିଲା କାଳ: ଟ୍ରକକୁ ପଛପଟୁ ଧକ୍କା ଦେଲା ଟ୍ରଲର, ଡ୍ରାଇଭର ଗୁରୁତର

ଜଳେଶ୍ୱର : ଘନ କୁହୁଡ଼ି ସାଜିଲା କାଳ। ଟ୍ରକକୁ ପଛପଟୁ ଧକ୍କା ଦେଲା ଟ୍ରଲର । ଟ୍ରଲର କେବିନକୁ ଗ୍ୟାସ କଟରରେ କାଟି ଡ୍ରାଇଭରଙ୍କୁ ଉଦ୍ଧାର କରାଯଇଛି । ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥର ରାଜଘାଟ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ।

ସୂଚନା ଅନୁସାରେ ଆଜି ସକାଳୁ ଘନକୁହୁଡ଼ି ଯୋଗୁଁ ରାସ୍ତା ଦେଖାଯାଇନଥିଲା । ଟ୍ରଲରଟି ବାଲେଶ୍ବର ପଟୁ ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିବା ବେଳେ ଏକ ଟ୍ରକକୁ ପଛପଟୁ ଧକ୍କା ଦେଇଥିଲା । ଦୁର୍ଘଟଣାରେ ଟ୍ରଲର କ୍ୟାବିନ ସମ୍ପୂର୍ଣ୍ଣ ଚାପି ହୋଇଯାଥିଲା ଏବଂ ଡ୍ରାଇଭର ସେଥିରେ ଫସି ରହିଯାଇଥିଲେ । ଜାତୀୟ ରାଜପଥ ପାଟ୍ରୋଲିଂ ପୋଲିସ ଏବଂ ବସ୍ତା ଅଗ୍ନିଶମ ବିଭାଗ ପହଞ୍ଚି ଟ୍ରଲର କ୍ୟାବିନକୁ ଗ୍ଯାସ କଟରରେ କାଟି ଡ୍ରାଇଭରଙ୍କୁ ଉଦ୍ଧାର କରିଥିଲେ । ପରେ ଗୁରୁତର ଅବସ୍ଥାରେ ତାଙ୍କୁ ବାଲେଶ୍ବର ହସପିଟାଲକୁ ସ୍ଥାନାନ୍ତର କରାଯାଇଛି । ଘଟଣାସ୍ଥଳରେ ବସ୍ତା ପୋଲିସ ପହଞ୍ଚି ଅଧିକ ତଦନ୍ତ କରୁଛି ।