Categories: ରାଜ୍ୟ

କିନ୍ନର ଓ ଆତ୍ମସମର୍ପଣ କରିଥିବା ନକ୍ସଲମାନେ ହେବେ ଦେଶର ଯବାନ୍‌, ମାଲକାନଗିରି ଜିଲ୍ଲା ପ୍ରଶାସନର ପଦକ୍ଷେପ

ମାଲକାନଗିରି : କିନ୍ନର ଓ ଆତ୍ମସମର୍ପଣ କରିଥିବା ନକ୍ସଲମାନେ ହେବେ ଦେଶର ଯବାନ୍‌। ଏମିତି ଏକ ଅଭିନବ ଚିନ୍ତା କରିଛି ମାଲକାନଗିରି ଜିଲ୍ଲା ପ୍ରଶାସନ। ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବା ଲାଗି ମାଲକାନଗିରି ଜିଲ୍ଲା ପ୍ରଶାସନ ଅଭିନବ ପନ୍ଥା ଅବଲମ୍ବନ କରିଛି। ତା ସହ ସୁରକ୍ଷା ବାହିନୀରେ ସାମିଲ କରିବା ଲାଗି ୧୫ଜଣ କିନ୍ନର ଓ ୧୦ ଜଣ ଆତ୍ମ ସମର୍ପଣ କରିଥିବା ନକ୍ସଲଙ୍କୁ ତାଲିମ ଦିଆଯାଉଛି। ଏମାନଙ୍କୁ ମାଲକାନଗିରି ପୋଲିସ ବିଭାଗ ପକ୍ଷରୁ ସ୍ୱତନ୍ତ୍ର ତାଲିମ ଦିଆଯାଉଛି।

ପ୍ରତିଦିନ ସକାଳେ ଆତ୍ମସମର୍ପଣ କରିଥିବା ନକ୍ସଲମାନେ ଦୁଇ ଘଣ୍ଟା ଧରି ତାଲିମ ନେଉଛନ୍ତି । ମାଲକାନଗିରି ଜିଲ୍ଲା ପ୍ରଶାସନ ଓ ଏସ୍‌ପିକୁ ଧନ୍ୟବାଦ ଦେଇଛନ୍ତି ଏମାନେ। ଏମାନଙ୍କୁ ତାଲିମ ଦେବାର ସମସ୍ତ ଖର୍ଚ୍ଚ ବହନ କରୁଛି ମାଲକାନଗିରି ଜିଲ୍ଲା ପ୍ରଶାସନ।

ମାଲକାନଗିରି ଜିଲ୍ଲା ପ୍ରଶାସନର ଏଭଳି ଉଦ୍ୟମ ନିଶ୍ଚିତରୂପେ ସ୍ୱାଗତଯୋଗ୍ୟ।

KNews Bureau

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି ବ୍ୟବସାୟୀଙ୍କ ପାଇଁ କିପରି କଟିବ ଦିନ

ମେଷ : କାର୍ଯ୍ୟ ସମ୍ବନ୍ଧୀୟ କିଛି ସୃଜନାତ୍ମକ ଚିନ୍ତାଧାରା ମନକୁ ଆସିପାରେ, ଯାହାକୁ ଆପଣ ନିଜ କାମରେ ବ୍ୟବହାର କରିପାରିବେ,…

1 hour ago

ଓଡ଼ିଶାର ଗଣମାଧ୍ୟମ ପରିବାର ପକ୍ଷରୁ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମ ଜଗତର ପ୍ରମୁଖ ବ୍ୟକ୍ତିିତ୍ୱ ରାମୋଜୀ ରାଓଙ୍କ ବିୟୋଗରେ ଓଡ଼ିଶାର ମିଡିଆ ପରିବାର ମଧ୍ୟରେ ଗଭୀର…

2 hours ago

ଫେସବୁକ ପ୍ରେମର କରୁଣ ପରିଣତି, ପ୍ରେମିକାର ଗଳା କାଟିବା ପରେ ନିଜ ଗଳା କାଟି ଜୀବନ ହାରିଲେ ପ୍ରେମିକ

ଦେବଗଡ଼ : ଫେସବୁକ ପ୍ରେମର କରୁଣ ପରିଣତି l ସାହି ଦାଣ୍ଡରେ ପ୍ରେମିକାର ତଣ୍ଟି କାଟିବା ପରେ ନିଜେ ନିଜ…

3 hours ago

ଥାନାକୁ ଡାକି ଯୁବକଙ୍କୁ ଥାର୍ଡ଼ ଡିଗ୍ରୀ କରିବା ଘଟଣା : ନିଲମ୍ବିତ ହେଲେ ପୋଲିସ ଏଏସଆଇ

ସୁବର୍ଣ୍ଣପୁର : ମିଛ କେଶରେ ଯୁବକଙ୍କୁ ଥାନାକୁ ଡାକି ଥାର୍ଡ଼ ଡିଗ୍ରୀ କରିବା ଏଏସଆଇଙ୍କୁ ମହଙ୍ଗା ପଡିଲା  l ଘଟଣାକୁ…

3 hours ago

ରୋଗୀ ଆଣୁଥିବା ବେଳେ 108 ଆମ୍ବୁଲାନ୍ସରେ ଅଗ୍ନିକାଣ୍ଡ, ଅଳ୍ପକେ ବର୍ତ୍ତିଲେ ରୋଗୀ ଓ ଡ୍ରାଇଭର

ବାସୁଦେବପୁର :  ଭଦ୍ରକ ଜିଲ୍ଲା ବାସୁଦେବପୁର ଜାମୁଝାଡି ରାସ୍ତାର ବେତଡା ପେଟ୍ରୋଲ ପମ୍ପ ନିକଟରେ ରୋଗୀ ଆଣୁଥିବା ବେଳେ 108 …

4 hours ago

କୋଇଲା ଟ୍ରେନରେ ନିଆଁ, ଆୟତ୍ତ କରିବା ପାଇଁ ଲାଗିଛନ୍ତି ଦମକଳ ବାହିନୀ

ସୋର : କୋଇଲା ବଗିରେ ଲାଗିଛି ନିଆଁ  l କୋଇଲା ବୋଝେଇ ଟ୍ରେନ ଧାମରାରୁ ଖଡ଼ଗପୁର ଯିବା ବେଳେ ସୋର…

5 hours ago