ସମ୍ବଲପୁର: ଗୋରୁ ବୋଝେଇ ଟ୍ରଲର ଦୁର୍ଘଟଣା, ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି

ଗତକାଲି ବିଳମ୍ବିତ ରାତି ୧୦ଟା ୪୫ରେ ୫୩ ନମ୍ବର ଜାତୀୟ ରାଜପଥର କଟାପାଲି ଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିଲା। ଘଟଣାସ୍ଥଳରେ ୩ଜଣଙ୍କର ମୃତ୍ୟୁ ହୋଇଥିଲା । ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

ସମ୍ବଲପୁର (କେନ୍ୟୁଜ): ଗତକାଲି ବିଳମ୍ବିତ ରାତି ୧୦ଟା ୪୫ରେ ୫୩ ନମ୍ବର ଜାତୀୟ ରାଜପଥର କଟାପାଲି ଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିଲା। ଘଟଣାସ୍ଥଳରେ ୩ଜଣଙ୍କର ମୃତ୍ୟୁ ହୋଇଥିଲା । ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

ସୂଚନା ଅନୁସାରେ, ଗତକାଲି ରାତିରେ ବୁର୍ଲା ଥାନା କଟାପାଲି ଛକରେ ଏକ ଗୋରୁ ବୋଝେଇ ଗାଡ଼ି ଅଟକି ରହିଥିଲା। ଏହି କଣ୍ଟେନର ଗାଡ଼ି ସମ୍ମୁଖରେ ୪ ଜଣ ବ୍ୟକ୍ତି ରାତ୍ରି ଭୋଜନ ନିମନ୍ତେ ରୋଷେଇ କରୁଥିଲେ। ଏହି ସମୟରେ ବରଗଡ଼ରୁ ସମ୍ବଲପୁର ଅଭିମୁଖେ ଯାଉଥିବା ଏକ ଟ୍ରକ୍‌କୁ ଅନ୍ୟ ଏକ ଟ୍ରକ୍‌ ପଛପଟୁ ଧକ୍କା ଦେଇ ‌ତୀବ୍ର ଗତିରେ ଚାଲି ଯାଇଥିଲା। ଫଳରେ ଭାରସାମ୍ୟ ହରାଇ ଟ୍ରକ୍‌ଚାଳକ ଗୋରୁ ବୋଝେଇ ଗାଡ଼ିକୁ ଧକ୍କା ଦେଇଥିଲେ।

ଗୋରୁ ବୋଝେଇ ଗାଡ଼ି ଓଲଟି ଯିବାରୁ ରୋଷେଇ କରୁଥିବା ବ୍ୟକ୍ତିମାନେ ଚାପି ହୋଇଯାଇଥିଲେ। ସ୍ଥାନୀୟ ଲୋକଙ୍କଠାରୁ ଖବର ତୁରନ୍ତ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଚଳାଇଥିଲେ। ଘଟଣା ସ୍ଥଳରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଗୁରୁତର ଅବସ୍ଥାରେ ଅନ୍ୟ ଜଣଙ୍କୁ ବୁର୍ଲା ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଡାକ୍ତର ଜଣକକୁ ମୃତ ଘୋଷଣା କରିଛନ୍ତି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.