ରାଜ୍ୟ

ଉଦଯାପିତ ହେଲା ଜନଜାତି ସାଂସ୍କୃତିକ ସମ୍ମିଳନୀ “ଆଦି ଫେଷ୍ଟ”, ମୁଖ୍ୟ ଆକର୍ଷଣ ସାଜିଲେ ଗୋବିନ୍ଦା

ବାରିପଦା-ଆଦିବାସୀ ବହୁଳ ମୟୁରଭଞ୍ଜ ଜିଲ୍ଲାର ପାରମ୍ପରିକ ଲୋକକଳା, ସଂସ୍କୃତି, ଐତିହ୍ୟ, ପରମ୍ପରା ଆଦିର ବିକାଶ ଲକ୍ଷ୍ୟରେ ଅନୁଷ୍ଠିତ “ଆଦି ଫେଷ୍ଟ-୨୦୨୪” ଛଉ ପଡ଼ିଆରେ ରବିବାର ଉଦଯାପନ ହୋଇଛି । ସ୍ୱତନ୍ତ୍ର ଉନ୍ନୟନ ପରିଷଦ ତତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ଅତିଥି ଭାବେ ବିଦ୍ୟାଳୟ ଓ ଗଣଶିକ୍ଷା ଏବଂ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାରାଣ୍ଡି, ରାଜ୍ୟସଭା ସାଂସଦ ମମତା ମହାନ୍ତ, ସ୍ୱତନ୍ତ୍ର ଉନ୍ନୟନ ପରିଷଦର ରାଜ୍ୟ ଉପଦେଷ୍ଟା ପ୍ରଦୀପ ମାଝୀ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଭାରତୀ ହାନ୍ସଦା, ମରୋଡା ବିଧାୟକ ରାଜକିଶୋର ଦାସ, ରାଜ୍ୟ ଅନୁସୂଚିତ ଜାତି, ଜନଜାତି ଓ ସଂଖ୍ୟାଲଘୁ ବିଭାଗର ଉପଦେଷ୍ଟା ସରୋଜିନୀ ହେମ୍ବ୍ରମ, ଜିଲ୍ଲା ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଡା ଦେବାଶିଷ ମାରାଣ୍ଡି, ଉପାଧ୍ୟକ୍ଷା କମଳା ତିରିଆ, ପୂର୍ବତନ ଉପ ବାଚସ୍ପତି ସାନନ୍ଦ ମାରାଣ୍ଡି, ବାରିପଦା ପୋୖରପାଳିକା ନଗରପାଳ କୃଷ୍ଣାନନ୍ଦ ମହାନ୍ତି, ଉପ ନଗରପାଳ ସୀମା ଦାସ, ରାଇରଙ୍ଗପୁର ପୋୖରପାଳିକା ନଗରପାଳ ଅଭିଷେକ ପଟ୍ଟନାୟକ, ମୟୁରଭଞ୍ଜ କେନ୍ଦ୍ର ସମବାୟୁ ବ୍ୟାଙ୍କର ସଭାପତି ସୁବର୍ମଣ୍ୟମ ମହାନ୍ତି, ସ୍ୱମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡିଏ) ବାରିପଦା ପ୍ରକଳ୍ପ ପ୍ରଶାସକ ରାମଚନ୍ଦ୍ର ସୋରେନ, କପ୍ତିପଦାର ପ୍ରକଳ୍ପ ପ୍ରଶାସକ ନରେନ୍ଦ୍ର ଖମାରୀ, ବିଜେଡିର ଜିଲ୍ଲା କାର୍ଯ୍ୟକାରୀ ସଭାପତି ଜିତେନ୍ଦ୍ର ମହାନ୍ତି ପ୍ରମୁଖ ଉପସ୍ଥିତ ରହିଥିଲେ ।

ଓଡ଼ିଶାର ପାରମ୍ପରିକ ଲୋକକଳା, ସଂସ୍କୃତି, ଐତିହ୍ୟ, ପରମ୍ପରା ଓ ଆର୍ଥିକ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ପାରମ୍ପରିକ କଳା ଓ ସଂସ୍କୃତିର ପୁନଃ ଉଦ୍ଧାର ତଥା ପୁରାତନ ଗୌରବକୁ ବଜାୟ ରଖିବା ପାଇଁ ଉକ୍ତ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ଏହି ଉତ୍ସବରେ ମୟୁରଭଞ୍ଜ ଜିଲ୍ଲାର ବିଭିନ୍ନ ଲୋକକଳାର ପ୍ରଦର୍ଶନ ସହିତ କଳା ସହ ଜଡ଼ିତ ଅନୁଷ୍ଠାନ ଓ ବ୍ୟକ୍ତି ବିଶେଷଙ୍କୁ ସରକାରଙ୍କ ତରଫରୁ ପାରମ୍ପରିକ ବାଦ୍ୟଯନ୍ତ୍ର ମାନ ପ୍ରଦାନ କରାଯାଇଛି । କାର୍ଯ୍ୟକ୍ରମକୁ ସରସ ସୁନ୍ଦର କରିବା ପାଇଁ ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟ ଆକର୍ଷଣ ଭାବେ ବଲିଉଡର ନାମିଦାମୀ ଅଭିନେତା ଗୋବିନ୍ଦା ଯୋଗ ଦେଇଥିଲେ । ଅନେକ ସଂଖ୍ୟକ ଜନସାଧାରଣ ଉପସ୍ଥିତ ରହିଥିବା ଛଉ ପଡ଼ିଆ ଲୋକରଣ୍ୟ ହୋଇ ପଡ଼ିଥିଲା ।

 

KNews Bureau

Recent Posts

କାନ୍ଦି କାନ୍ଦି ବେହୋସ ହେଲା କୁନି ଝିଅ, ଉଚିତ ସମୟରେ ସିପିଆର ଦେଇ ଜୀବନ ବଞ୍ଚାଇଲେ ଡାକ୍ତର

ତାଜ ମହଲ ଦେଖିବାକୁ ଆସି ଜୀବନ ମୃତ୍ୟୁ ସହ ସଂଘର୍ଷ କଲା କୁନି ଝିଅ । ବାପା ମା’ଙ୍କ ସହ…

3 mins ago

ଲକ୍ଷ୍ମୀ ବସ୍ ସେବା ନେଇ ଲୋକଙ୍କ ମଧ୍ୟରେ ଦ୍ବନ୍ଦ୍ବ, ଲୋକେ କହୁଛନ୍ତି ବସ୍ ନାଁ ରହୁ କି ନ ରହୁ ସେବା ଜାରି ରହୁ

ମାଲକାନଗିରି (କେନ୍ୟୁଜ) : ଉପାନ୍ତ ମାଲକାନଗିରି ଜିଲ୍ଲାରେ ଗରିବ ଆଦିବାସୀ ଲୋକଙ୍କ ଯାତାୟାତର ଏବଂ ଆର୍ଥିକ ଉର୍ଣ୍ଣତି ପାଇଁ ଗତ…

5 mins ago

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ, କିନ୍ତୁ ଯାତ୍ରୀଙ୍କ ନାକ କାନରୁ ବାହାରିଲା ରକ୍ତ

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ । ହେଲେ ହଠାତ୍‌ ଯାତ୍ରୀଙ୍କ ନାକରୁ ରକ୍ତ ବାହାରିବା ସହ କାନରେ ଯନ୍ତ୍ରଣା…

10 mins ago

ଗ୍ରୁପରୁ ଋଣ ଉଠାଇ ଫେରାର୍, ଅଭିଯୁକ୍ତ ଘରେ ତାଲା ପକାଇଲେ ଗାଁର ମହିଳା

କଣ୍ଟାବାଞ୍ଜି: ଟଙ୍କା ନେଇ ଛୁ ମାରିଲେ, ହେଲେ ଚୁପ୍ ବସିଲେନି ଗାଁର ମହିଳାମାନେ । ସିଧା ଘରକୁ ଗଲେ ଆଉ…

18 mins ago

ମାସକ ଭିତରେ ମୁକୁଳା ଡ୍ରେନରେ ପଡ଼ିବ ସ୍ଲାବ, ସପ୍ତାହ ଭିତରେ ସରିବ ବାରିକେଡ କାମ: BMC କମିଶନର

ଭୁବନେଶ୍ୱର  : ବାରମ୍ବାର ମୁକୁଳା ଡ୍ରେନରେ ଅଘଟଣ ପରେ ତତ୍ପର ପ୍ରାଶସନ । ମାସକ ଭିତରେ ମୁକୁଳା ଡ୍ରେନ ଉପରେ…

36 mins ago

ପାଇରେଟସ ଅଫ ଦ କ୍ୟାରିବିୟନ ଷ୍ଟାର ତମାୟୋ ପେରୀଙ୍କ ପରଲୋକ, ଶାର୍କ ଆଟାକରେ ଚାଲିଗଲା ଜୀବନ

ହଲିଉଡର ଲୋକପ୍ରିୟ ଅଭିନେତା ତମାୟୋ ପେରୀଙ୍କ ମୃତ୍ୟୁ । ଶାର୍କ ଆକ୍ରମଣ କରିବାକୁ ମାତ୍ର ୪୯ ବର୍ଷ ବୟସରେ ତମାୟୋଙ୍କ…

38 mins ago