ରାଜ୍ୟ

ଲୁନାକୁ ଧକ୍କା ଦେଲା ଟ୍ରକ: ଜଣେ ମୃତ, ଜଣେ ଗୁରୁତର

ନୟାଗଡ (କେନ୍ୟୁଜ): ନୟାଗଡ ଜ଼ିଲ୍ଲା ରଣପୁର ଥାନା ଅନ୍ତର୍ଗତ ସାନଗଡ଼ ଛକ ନିକଟରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଲୁନାଗାଡିକୁ ପଛପଟୁ ଧକ୍କାଦେଲା ମଧୁବାସନ୍ତି ଗଣନାଟ୍ୟର ଟ୍ରକ।ଫଳରେ ଘଟଣା ସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ଅବସ୍ଥାରେ ରଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଛି। ମୃତ୍ୟୁକ ବ୍ୟକ୍ତି ଜଣକ ହେଲେ କଙ୍କିଆ ଗ୍ରାମର ରଙ୍ଗନାଥ ବଳିୟାରସିଂ।

ଗୁରୁତର ଆହତ ବ୍ୟକ୍ତି ହେଉଛନ୍ତି ରାମଚନ୍ଦ୍ର ରଥ। ତାଙ୍କୁ ଅଧିକ ଚିକିତ୍ସା ନିମନ୍ତେ ଭୁବନେଶ୍ୱର ସ୍ଥାନାନ୍ତରିତ କରାଯାଇଛି। ରାସ୍ତାକାମ ଚାଲୁଥିବାରୁ ଏଭଳି ଭୟଙ୍କର ଦୁର୍ଘଟଣା ଘଟିଥିବା ସାଧାରଣରେ ଚର୍ଚ୍ଚା ହେଉଥିବା ବେଳେ ଘଟଣା ସ୍ଥଳରେ ରଣପୁର ପୋଲିସ ପହଞ୍ଚି ଟ୍ରକକୁ ଜବତ କରି ତଦନ୍ତ କରୁଛି ।

 

Barsha

Recent Posts

କାନ୍ଦି କାନ୍ଦି ବେହୋସ ହେଲା କୁନି ଝିଅ, ଉଚିତ ସମୟରେ ସିପିଆର ଦେଇ ଜୀବନ ବଞ୍ଚାଇଲେ ଡାକ୍ତର

ତାଜ ମହଲ ଦେଖିବାକୁ ଆସି ଜୀବନ ମୃତ୍ୟୁ ସହ ସଂଘର୍ଷ କଲା କୁନି ଝିଅ । ବାପା ମା’ଙ୍କ ସହ…

3 mins ago

ଲକ୍ଷ୍ମୀ ବସ୍ ସେବା ନେଇ ଲୋକଙ୍କ ମଧ୍ୟରେ ଦ୍ବନ୍ଦ୍ବ, ଲୋକେ କହୁଛନ୍ତି ବସ୍ ନାଁ ରହୁ କି ନ ରହୁ ସେବା ଜାରି ରହୁ

ମାଲକାନଗିରି (କେନ୍ୟୁଜ) : ଉପାନ୍ତ ମାଲକାନଗିରି ଜିଲ୍ଲାରେ ଗରିବ ଆଦିବାସୀ ଲୋକଙ୍କ ଯାତାୟାତର ଏବଂ ଆର୍ଥିକ ଉର୍ଣ୍ଣତି ପାଇଁ ଗତ…

4 mins ago

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ, କିନ୍ତୁ ଯାତ୍ରୀଙ୍କ ନାକ କାନରୁ ବାହାରିଲା ରକ୍ତ

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ । ହେଲେ ହଠାତ୍‌ ଯାତ୍ରୀଙ୍କ ନାକରୁ ରକ୍ତ ବାହାରିବା ସହ କାନରେ ଯନ୍ତ୍ରଣା…

9 mins ago

ଗ୍ରୁପରୁ ଋଣ ଉଠାଇ ଫେରାର୍, ଅଭିଯୁକ୍ତ ଘରେ ତାଲା ପକାଇଲେ ଗାଁର ମହିଳା

କଣ୍ଟାବାଞ୍ଜି: ଟଙ୍କା ନେଇ ଛୁ ମାରିଲେ, ହେଲେ ଚୁପ୍ ବସିଲେନି ଗାଁର ମହିଳାମାନେ । ସିଧା ଘରକୁ ଗଲେ ଆଉ…

18 mins ago

ମାସକ ଭିତରେ ମୁକୁଳା ଡ୍ରେନରେ ପଡ଼ିବ ସ୍ଲାବ, ସପ୍ତାହ ଭିତରେ ସରିବ ବାରିକେଡ କାମ: BMC କମିଶନର

ଭୁବନେଶ୍ୱର  : ବାରମ୍ବାର ମୁକୁଳା ଡ୍ରେନରେ ଅଘଟଣ ପରେ ତତ୍ପର ପ୍ରାଶସନ । ମାସକ ଭିତରେ ମୁକୁଳା ଡ୍ରେନ ଉପରେ…

36 mins ago

ପାଇରେଟସ ଅଫ ଦ କ୍ୟାରିବିୟନ ଷ୍ଟାର ତମାୟୋ ପେରୀଙ୍କ ପରଲୋକ, ଶାର୍କ ଆଟାକରେ ଚାଲିଗଲା ଜୀବନ

ହଲିଉଡର ଲୋକପ୍ରିୟ ଅଭିନେତା ତମାୟୋ ପେରୀଙ୍କ ମୃତ୍ୟୁ । ଶାର୍କ ଆକ୍ରମଣ କରିବାକୁ ମାତ୍ର ୪୯ ବର୍ଷ ବୟସରେ ତମାୟୋଙ୍କ…

38 mins ago