ଟ୍ରକ୍ ଓ ବୋଲେରୋ ମୁହାଁମୁହିଁ ଧକ୍କା, ୮ ଗୁରୁତର

ବୌଦ୍ଧ ଜିଲ୍ଲା ବାଉଁଶୁଣୀ ଥାନା ବହିରା ଛକ ନିକଟରେ ଭୋର ସମୟରେ ଟ୍ରକ୍ ଓ ବୋଲେରୋ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ୮ ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି ।

ବୌଦ୍ଧ (କେନ୍ୟୁଜ): ବୌଦ୍ଧ ଜିଲ୍ଲା ବାଉଁଶୁଣୀ ଥାନା ବହିରା ଛକ ନିକଟରେ ଭୋର ସମୟରେ ଟ୍ରକ୍ ଓ ବୋଲେରୋ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ୮ ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି ।

ମିଳିଥିବା ଖବର ଅନୁସାରେ ଟ୍ରକ୍ ଟି ସୋନପୁର-ବୌଦ୍ଧ ଅଭିମୁଖେ ଯାଉଥିବା ବେଳେ ସାମ୍ନା ପଟରୁ ଆସୁଥିବା ଏକ ବୋଲେରୋ ସହିତ ବହିରା ଛକ ନିକଟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଯାହା ଫଳରେ ବଲେରୋରେ ଥିବା ପ୍ରାୟ ୮ଜଣ ଯାତ୍ରୀ ଗୁରୁତର ଭାବେ ଆହତ ହୋଇଥିବା ଜଣାପଡିଛି । ଖବର ପାଇ ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ବାଉଁଶୁଣୀ ମେଡିକାଲରେ ଭର୍ତ୍ତି କରିଛନ୍ତି । ଅନ୍ୟପଟେ ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

 

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.