ଟ୍ରକ ଓ ପିକ୍ଅପ୍ ଭ୍ୟାନ୍ ମୁହାଁମୁହିଁ ଧକ୍କା, ୪ ମୃତ ; ୬ରୁ ଅଧିକ ଆହତ

୪୯ନଂ ଜାତୀୟ ରାଜପଥରେ ଟ୍ରକ ଓ ପିକ୍ଅପ୍ ଭ୍ୟାନ୍ ମଧ୍ୟରେ ଧକ୍କା । ଫଳରେ ୪ ଜଣଙ୍କର ମୁତ୍ୟୁ ହୋଇଥିବା ବେଳେ ୬ରୁ ଅଧିକ ଆହତ ହୋଇଛନ୍ତି । ଝାରସୁଗୁଡା ଜିଲ୍ଲା ଲଖନପୁର ବ୍ଳକ ଜୁନିଅନ ଠାରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା । ଆହତଙ୍କୁ ଲଖନପୁର ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି ।

ଝାରସୁଗୁଡା (କେନ୍ୟୁଜ): ୪୯ନଂ ଜାତୀୟ ରାଜପଥରେ ଟ୍ରକ ଓ ପିକ୍ଅପ୍ ଭ୍ୟାନ୍ ମଧ୍ୟରେ ଧକ୍କା । ଫଳରେ ୪ ଜଣଙ୍କର ମୁତ୍ୟୁ ହୋଇଥିବା ବେଳେ ୬ରୁ ଅଧିକ ଆହତ ହୋଇଛନ୍ତି । ଝାରସୁଗୁଡା ଜିଲ୍ଲା ଲଖନପୁର ବ୍ଳକ ଜୁନିଅନ ଠାରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା । ଆହତଙ୍କୁ ଲଖନପୁର ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି ।

ସୂଚନା ଅନୁସାରେ ଆଜି ସକାଳ ୧୦ ଟା ୩୦ ମିନିଟରେ ଲଖନପୁର ବେହେରାଗୁଡ଼ା ପଟରୁ ଆସୁଥିବା ଏକ ଯାତ୍ରୀବାହୀ ପିକ୍ଅପ୍ ଗାଡ଼ିକୁ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ ଜୁନିଏନ ଗ୍ରାମ ନିକଟସ୍ଥ ଜାତୀୟ ରାଜପଥ ୪୯ ରେ ଧକ୍କା ଦେଇଥିଲା । ଖବର ପାଇ ଲଖନପୁର ପୁଲିସ ଘଟଣା ସ୍ଥଳରେ ପହଞ୍ଚି ସମସ୍ତ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ଲଖନପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନିଆଯାଇ ଚିକିତ୍ସା କରାଯାଉଛି। ତେବେ ସେମାନଙ୍କ ମଧ୍ୟରୁ କେତେକ ଯାତ୍ରୀଙ୍କୁ ସ୍ବାସ୍ଥ୍ୟାବସ୍ଥା ଅତି ସଙ୍କଟାପନ୍ନ ଥିବା ସୂଚନା ମିଳିଛି।