ଅନୁଗୁଳରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ୨ ମୃତ, ୩ ଗୁରୁତର

ଅନୁଗୁଳରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଟ୍ରକ୍‌-କାର୍‌ ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ଅନୁଗୁଳ ଜିଲ୍ଲା ଜରପଡ଼ା ଥାନା ଅନ୍ତର୍ଗତ ପତିତପାବନ ମହାବିଦ୍ୟାଳୟ ନିକଟକରେ ଏହି ଦୁର୍ଘଟଣା ଘଟିଛି । ଏଥିରେ ୩ ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଚିକିତ୍ସା ପାଇଁ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ମୃତକମାନେ ହେଲେ ଅଶୋକ ପୃଷ୍ଟି ଓ ହେମନ୍ତ ପୃଷ୍ଟି । ସେମାନଙ୍କର ଘର ସାଲେପୁର ଅଞ୍ଚଳରେ ବୋଲି ଜଣା ପଡ଼ିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.