Below header

ସ୍କୁଟିକୁ ପିଟିଲା ଟ୍ରକ୍ : ଜଣେ ମୃତ, ଜଣେ ଗୁରୁତର

ସ୍କୁଟିକୁ ଧକ୍କା ଦେଲା ଟ୍ରକ୍ । ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟି ଥିବା ବେଳେ ଆଉ ଜଣେ ଗୁରୁତର ହୋଇଛନ୍ତି l ଏଭଳି ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ଥାନା ବୃନ୍ଦାବାହାଲ ଛକ ନିକଟରେ l ମୃତକ ହେଉଛନ୍ତି ଜୟପାଟଣା ଥାନା ଟେମରା ଗାଁର ମିନାକ୍ଷୀ ନାଏକ।

ଧର୍ମଗଡ଼ (କେନ୍ୟୁଜ): ସ୍କୁଟିକୁ ଧକ୍କା ଦେଲା ଟ୍ରକ୍ । ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟି ଥିବା ବେଳେ ଆଉ ଜଣେ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ଥାନା ବୃନ୍ଦାବାହାଲ ଛକ ନିକଟରେ । ମୃତକ ହେଉଛନ୍ତି ଜୟପାଟଣା ଥାନା ଟେମରା ଗାଁର ମିନାକ୍ଷୀ ନାଏକ। ଗୁରୁତର ହେଉଛନ୍ତି ହେମରାଜ ନାଏକ l
ହେମରାଜଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ଭବାନୀପାଟଣା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଦୁର୍ଘଟଣା ଘଟାଇ ଥିବା ଟ୍ରକଟି ଘଟଣା ସ୍ଥଳରୁ ଚମ୍ପଟ ମାରିଥିବା ବେଳେ ଗୋଲାମୁଣ୍ଡା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.