ଟ୍ରକ୍‌କୁ ପଛରୁ ପିଟିଲା ଆଉ ଏକ ଟ୍ରକ୍‌ ; ହେଲପର ମୃତ, ଡ୍ରାଇଭର ଗୁରୁତର

ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ୧୬ ନଂ ଜାତୀୟ ରାଜପଥ ବେଲପଡା ଛକରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା ଟ୍ରକ୍‌କୁ ପଛରୁ ଆସୁଥିବା ଏକ ଟ୍ରକ୍‌ ପିଟିଛି। ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ହେଲପରଙ୍କ ମୃତ୍ୟୁ ହୋଇଥିବା ବେଳେ ଡ୍ରାଇଭରଙ୍କ ଅବସ୍ଥା ଗୁରୁତର ରହିଛି।

ବାଲୁଗାଁ (କେନ୍ୟୁଜ): ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ୧୬ ନଂ ଜାତୀୟ ରାଜପଥ ବେଲପଡା ଛକରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା ଟ୍ରକ୍‌କୁ ପଛରୁ ଆସୁଥିବା ଏକ ଟ୍ରକ୍‌ ପିଟିଛି। ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ହେଲପରଙ୍କ ମୃତ୍ୟୁ ହୋଇଥିବା ବେଳେ ଡ୍ରାଇଭରଙ୍କ ଅବସ୍ଥା ଗୁରୁତର ରହିଛି।

ସୂଚନା ମୁତାବିକ ବାଲୁଗାଁ ବାଇପାସ ୧୬ ନମ୍ବର ଜାତୀୟ ରାଜପଥ ବେଲପଡା ପେଟ୍ରୋଲ ପମ୍ପ ନିକଟରେ ଦଶ ଚକିଆ ଟ୍ରକ ରାସ୍ତା କଡରେ ଠିଆ ହୋଇଥିଲା । ଏହି ସମୟର ଭୁବନେଶ୍ୱରରୁ ବ୍ରହ୍ମପୁର ଅଭିମୁଖେ ଦ୍ରୁତ ଗତିରେ ଅନ୍ୟ ଏକ ଟ୍ରକ ଯାଉଥିଲା। ବେଲପଡା ଛକରେ ଟ୍ରକ୍‌ଟି ଭାରସାମ୍ୟ ହରାଇ ଛିଡ଼ା ହୋଇଥିବା ଟ୍ରକ୍‌କୁ ପଛରୁ ପିଟିଥିଲା। ଘଟଣା ସ୍ଥଳରେ ଦୁର୍ଘଟଣା ଘଟାଇ ଥିବା ଟ୍ରକର ହେଲଫର ମୃତ୍ୟୁ ହୋଇଥିବା ବେଳେ ଡ୍ରାଇଭର ଗୁରୁତରଭାବରେ ଆହତ ହୋଇଥିଲେ । ଖବର ପାଇ ବାଲୁଗାଁ ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ଗ୍ୟାସ କଟରରେ କାଟି ଦୁଇ ଜଣକୁ ଉଦ୍ଧାର କରିଥଲେ । ପରେ ବାଣପୁର ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଯାଇଥିଲା । ସେଠାରେ ଡାକ୍ତର ହେଲଫରକୁ ମୃତ ଘୋଷଣା କରିବା ସହ ଡ୍ରାଇଭରକୁ ଭୁବନେଶ୍ୱର ଏମ୍ସକୁ ସ୍ତାନାନ୍ତର କରିଛନ୍ତି । ବାଣପୁର ପୋଲିସ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.