ରାଜ୍ୟ

ଟ୍ବିନ ସିଟି କରୋନା ଅପଡେଟ, ଆଜି ଭୁବନେଶ୍ୱରରୁ ଆଜି ୨୧୩ କରୋନା ଆକ୍ରାନ୍ତ ଚିହ୍ନଟ, କଟକରୁ ୬୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ

କେନ୍ୟୁଜ୍(ବ୍ୟୁରୋ): ଭୁବନେଶ୍ୱରରୁ ଆଜି ୨୧୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରେ କ୍ବାରେଣ୍ଟାଇନରୁ ୬୮ ଓ ଲୋକାଲ କଣ୍ଟାକ୍ଟ କେସରୁ ୧୪୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ୩୦୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବାର ଟ୍ବିଟ ଯୋଗେ ସୂଚନା ଦେଇଛି ବିଏମସି।

ବିଏମସି ସୂଚନା ମୁତାବକ କ୍ବାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନେ ପୂର୍ବ ଆକ୍ରାନ୍ତଙ୍କ ସଂପ୍ପର୍ଷରେ ଆସିଥିଲେ। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ଅଛନ୍ତି ଚନ୍ଦ୍ରଶେଖରପୁରରୁ ୧୦ଜଣ, ଝାରପଡ଼ାରୁ ୭ଜଣ, ସେହି ଭଳି ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଥିବା ୧୪୫ଜଣଙ୍କ ମଧ୍ୟରୁ ପଟିଆ ଓ ବରମୁଣ୍ଡାରୁ ୮ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଓଲଡ଼ ଟାଉନରୁ ୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଭୁବନେଶ୍ୱରରୁ ବର୍ତ୍ତମାନ ସୁଦ୍ଧା  ୨୭ ହଜାର ୪୪୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରୁ ୨୪ ହଜାର ୪୫୦ ଜଣ ସୁସ୍ଥ ହୋଇସାରିଛନ୍ତି। ଏବେ ୨୮୩୦ ଜଣ ଆକ୍ରାନ୍ତ ସକ୍ରିୟ ଥିବା ବେଳେ ୧୪୦ଜଣଙ୍କର ମୃତ୍ୟୁ ହୋଇଛି।

 

ସେହିଭଳି  ଆଜି କଟକ ସହରରୁ  ୬୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ଚିହ୍ନଟ ୬୪ଜଣଙ୍କ ମଧ୍ୟରୁ ଲୋକାଲ କଣ୍ଟାକ୍ଟ କେସରୁ  ୨୫ ଜଣ ଆକ୍ରାନ୍ତ ହୋଇଥିବାର କଟକ ମହାନଗର ନିଗମ ପକ୍ଷରୁ ଟ୍ବିଟ  ଜରିଆରେ  ସୂଚନା ଦିଆଯାଇଛି। ସିଏମ୍‌ସି ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଜି ସରକାରୀ କ୍ବାରେଣ୍ଟାଇନରୁ ୧୪ଜଣ ଓ  ହୋମ କ୍ବାରେଣ୍ଟାଇନରୁ ୨୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ଏଯାବତ କଟକରେ ୧୪,୧୬୬ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ୧୩,୨୨୨ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଏହି ମହାମାରୀରେ ୬୫ଜଣଙ୍କ ମୃତ୍ୟୁ ହୋଇଥିବା ବେ‌ଳେ ଏବେ ୮୭୯ ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି |

KNews Bureau

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଛାତ୍ରଛାତ୍ରୀଙ୍କ ପାଇଁ କିପରି କଟିବ ଦିନ

ମେଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ…

2 hours ago

ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ, ନିଷ୍ପତ୍ତି ନେଲେ ରାଜ୍ୟ ସରକାର

ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା…

5 hours ago

ବାଲେଶ୍ବର ସହରରେ କର୍ଫ୍ୟୁ କୋହଳ, ଆସନ୍ତାକାଲି ଠାରୁ ଲ୍ୟାଣ୍ଡ ଲାଇନ୍ based internet ହେବ କୋହଳ

ବାଲେଶ୍ଵର :  ବାଲେଶ୍ଵର ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ । ବାଲେଶ୍ବର ସହରରେ କର୍ଫ୍ୟୁ ପରିସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ ।…

5 hours ago

ପିସିସି ସଭାପତିଙ୍କୁ କାଳିମାଡ଼, କଂଗ୍ରେସ ଭବନରେ ପଶି କଲେ କାଳିମାଡ଼

ଭୁବନେଶ୍ୱର : ପିସିସି ସଭାପତିଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼। ଆଜି କଂଗ୍ରେସ…

5 hours ago

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ମୃତ

ଲମତାପୁଟ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ଯୁ । ମୃତ ବ୍ୟକ୍ତି ଜଣକ ଲମତାପୁଟ ବ୍ଲକ…

6 hours ago

ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁଲା ମୌସୁମୀ, ୨ ଦିନ ଭିତରେ ସାରା ରାଜ୍ୟକୁ ଛୁଇଁବ

ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ…

7 hours ago