ଦୁଇ ବାଇକ ମୁହାଁମୁହିଁ ଧକ୍କା, ୨ ମୃତ

ଦୁଇ ବାଇକ ମୁହାଁମୁହିଁ ଧକ୍କା। ବାଇକ ଦୁର୍ଘଟଣାରେ ୨ ମୃତ, ୩ ଗୁରୁତର। କଣ୍ଟାବାଞ୍ଜି ଥାନା ଧାମନଡ଼ଙ୍ଗା ଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।

କଣ୍ଟାବାଞ୍ଜି: ଦୁଇ ବାଇକ ମୁହାଁମୁହିଁ ଧକ୍କା। ବାଇକ ଦୁର୍ଘଟଣାରେ ୨ ମୃତ, ୩ ଗୁରୁତର। କଣ୍ଟାବାଞ୍ଜି ଥାନା ଧାମନଡ଼ଙ୍ଗା ଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଦ୍ରୁତଗତିରେ ଯାଉଥିବା ଦୁଇ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଏତେ ଜୋରରେ ଗାଡ଼ି ଧକ୍କା ହୋଇଥିଲା ଯେ, ଘଟଣାସ୍ଥଳରେ ୨ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି। ଅନ୍ୟ ତିନି ଜଣ ଗୁରୁତର ହୋଇଛନ୍ତି। କଣ୍ଟାବାଞ୍ଜି ପୋଲିସ ସମସ୍ତ ୫ଜଣଙ୍କୁ ଡାକ୍ତରଖାନା ଆଣିଥିଲା। ସେଠାରେ ୨ଜଣଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଅନ୍ୟ ୩ ଜଣଙ୍କ ଚିକିତ୍ସା ଜାରି ରହିଛି। କଣ୍ଟାବାଞ୍ଜି ପୋଲିସ ଅଧିକ ତଦନ୍ତ ଆରମ୍ଭ କରିଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.