ରାଜ୍ୟରେ ଆଉ ୨ ନୂଆ ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୨୦କୁ ବୃଦ୍ଧି

ରାଜ୍ୟରେ ବଢୁଛି କରୋନା ପଜିଟିଭଙ୍କ ସଂଖ୍ୟା । ରାଜ୍ୟରେ ଆଜି ଆଉ ୨ ନୂଆ କରୋନା ପଜିଟିଭଙ୍କୁ ଚିହ୍ନଟ କରାଯାଇଛି ।ଆଜିର ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟର ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୨୦ରେ ପହଞ୍ଚିଛି ।       

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ବଢୁଛି କରୋନା ପଜିଟିଭଙ୍କ ସଂଖ୍ୟା । ରାଜ୍ୟରେ ଆଜି ଆଉ ୨ ନୂଆ କରୋନା ପଜିଟିଭଙ୍କୁ ଚିହ୍ନଟ କରାଯାଇଛି । ଗତକାଲି ରାଜ୍ୟରୁ ୫ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୮ରେ ପହଞ୍ଚିଥିଲା । ଆଜିର ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟର ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୨୦ରେ ପହଞ୍ଚିଛି ।

ତେବେ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ଏବେ ୨୦ରେ ପହଞ୍ଚିଯାଇଥିବା ବେଳେ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସତର୍କତା ଜାରି କରାଯିବା ସହ ଭୟଭୀତ ନ ହେବାକୁ ପରାମର୍ଶ ଦିଆଯାଇଛି । କୋଭିଡ୍ ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ବିଭାଗ ପକ୍ଷରୁ କୁହାଯାଇଛି । ସେହିପରି ରାଜ୍ୟର ସମସ୍ତ ଭେଷଜ ମହାବିଦ୍ୟାଳୟ ଓ ହସ୍ପିଟାଲକୁ ଚିଠି ଲେଖି କରୋନା ନିୟମାବଳୀ ମାନିବାକୁ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ପକ୍ଷରୁ କୁହାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.