ଆଉ ଦୁଇ ଦିନ ପ୍ରବଳ ବର୍ଷିବ, ଘନୀଭୂତ ହେଉଛି ବଙ୍ଗୋପସାଗରେ ଲଘୁଚାପ

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଘନୀଭୂତ ହେଉଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେପଟେ ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ବାୟୁ। ରାଜ୍ୟର ପ୍ରାୟ ସମସ୍ତ ସ୍ଥାନରେ ବିକ୍ଷିପ୍ତ ବର୍ଷା ହୋଇଛି। କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର, ଗଞ୍ଜାମ, ଗଜପତି, କନ୍ଧମାଳ, ପୁରୀ, କଟକ, ଜଗତସିଂହପୁର, ଢେଙ୍କାନାଳ, ସମ୍ବଲପୁର, ଦେବଗଡ଼, ବରଗଡ଼ ଆଦି ଜିଲ୍ଲାରେ ଆଗାମୀ ଦୁଇଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେବେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ତେବେ ଜୁଲାଇ ୧ରୁ ଆଜି ପର‌୍ୟ୍ୟନ୍ତ ସ୍ୱାଭାବିକ ଠାରୁ ୧୭ ପ୍ରତିଶତ ବର୍ଷା କମ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.