ଆଜିଠୁ ବିଜେପିର ରାଜ୍ୟ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ, ପ୍ରସ୍ତୁତ ହେବ ରୋଡମ୍ୟାପ୍

ପୁରୀ : ଆଜିଠୁ ବିଜେପିର ଦୁଇ ଦିନିଆ ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ । ପୁରୀରେ ହେବ କାର୍ଯ୍ୟକାରିଣୀ। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ କାର୍ଯ୍ୟକାରିଣୀ ବୈଠକ। ଉଦଘାଟନ କରିବେ ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି.ନଡ୍ଡା । ଆଜିି ସକାଳେ ପ୍ରଥମେ ରାଜ୍ୟ ପଦାଧିକାରୀ ବୈଠକ ବସିବ । ବୈଠକରେ କ୍ଷେତ୍ରୀୟ ପ୍ରଭାରୀ ସୁନିଲ ବଂସଲ, ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂହ ତୋମାର, ରାଜ୍ୟ ସହପ୍ରଭାରୀ ଲତା ଉସେଣ୍ଡି ପ୍ରମୁଖ ଯୋଗ ଦେବେ ।
କାର୍ଯ୍ୟକାରିଣୀ ବୈଠକରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରମନ୍ତ୍ରୀ, ଦୁଇ ଉପମୁଖ୍ୟମନ୍ତ୍ରୀ, ରାଜ୍ୟ ମନ୍ତ୍ରୀମଣ୍ଡଳର ସମସ୍ତ ସଦସ୍ୟ, ସମସ୍ତ ସାଂସଦ ଓ ବିଧାୟକ ଏବଂ ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ଜିଲ୍ଲା ସଭାପତି ଓ ସାଧାରଣ ସଂପାଦକ । ଲୋକସଭା ସଂଯୋଜକ ଓ ପ୍ରଭାରୀ, ବିଧାନସଭା ସଂଯୋଜକ ଓ ପ୍ରଭାରୀ, ବିଭିନ୍ନ ମୋର୍ଚ୍ଚାର ରାଜ୍ୟ ପଦାଧିକାରୀମାନେ ମଧ୍ୟ ଯୋଗ ଦେବେ । ସାଂପ୍ରତିକ ରାଜନୈତିକ ପରିସ୍ଥିତି, କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସଂପର୍କରେ ବିସ୍ତୃତ ଆଲୋଚନା କରାଯାଇ ଆଗାମୀ ରଣନୀତି ପ୍ରସ୍ତୁତ କରାଯିବ।