ଅନୁଗୁଳ(କେନ୍ଯୁଜ୍) : ୧୩ ଦିନ ହେବ ନିଖୋଜ ଥିବା ୨ ଯୁବକଙ୍କ ଗଳିତ ମୃତଦେହ ମାଟି ତଳୁ ଉଦ୍ଧାର ହୋଇଛି। ଅନୁଗୁଳ ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ଅନ୍ତର୍ଗତ ହତାଶିମିଳି ଗାଁର ସିପୁ ନାୟକ ଓ ଅମୂଲ୍ୟ ନାୟକ ନିଖୋଜ ଥିଲେ। ଗାଁ ନିକଟ ରାଣୀବନ୍ଧ ନାଳ ନିକଟରୁ ଦୁଇଟି ମୃତ ଦେହ ଉଦ୍ଧାର କରାଯାଇଛି। ବାରାହା ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଦୁଇ ଜଣଙ୍କ ମୃତ୍ୟୁ ହୋଇଥିଲା ପୋଲିସ ଅନୁମାନ କରୁଛି। ସେପଟେ ମୃତକଙ୍କ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି। ସିପୁ ଓ ଅମୂଲ୍ୟଙ୍କ ସାଙ୍ଗମାନେ ହିଁ ତାଙ୍କୁ ହତ୍ୟା କରି ମାଟି ତଳେ ପୋତି ଦେଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ପୋଷ୍ଟ ମର୍ଟମ ରିପୋର୍ଟ ଆସିବା ପରେ ପ୍ରକୃତ ତଥ୍ୟ ପଦାକୁ ଆସିବ ବୋଲି ପୋଲିସ କହିଛି ।
ମେଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ…
ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା…
ବାଲେଶ୍ଵର : ବାଲେଶ୍ଵର ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ । ବାଲେଶ୍ବର ସହରରେ କର୍ଫ୍ୟୁ ପରିସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ ।…
ଭୁବନେଶ୍ୱର : ପିସିସି ସଭାପତିଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼। ଆଜି କଂଗ୍ରେସ…
ଲମତାପୁଟ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ଯୁ । ମୃତ ବ୍ୟକ୍ତି ଜଣକ ଲମତାପୁଟ ବ୍ଲକ…
ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ…