Below header

କେନ୍ଦୁଝର କାଠବାରୀ ଗାଁରେ ଅଘଟଣ: ଜେନେରେଟର ଧୂଆଁରେ ଶ୍ୱାସରୁଦ୍ଧ ହୋଇ ଦୁଇ ମୃତ, ୨ଗୁରୁତର

କେନ୍ଦୁଝର : କେନ୍ଦୁଝର ସଦର ବ୍ଲକ କାଠବାରୀ ଗାଁରେ ଅଘଟଣ । ଜେନେରେଟର ଧୂଆଁରେ ଶ୍ୱାସରୁଦ୍ଧ ହୋଇ ଦୁଇ ମୃତ , ଆଉ ୨ ଗୁରୁତର । ଗୁରୁତରଙ୍କୁ ଚିିକିତ୍ସା ପାଇଁ ହସ୍ପିଟାଲରେ ଭର୍ତି କରାଯାଇଥିଲା। ତେବେ ସେମାନଙ୍କ ମଧ୍ଯରୁ ଜଣକୁ କଟକ ସ୍ଥାନାନ୍ତର କରାଯାଇଥିବା ବେଳେ ଆଉ ଜଣଙ୍କୁ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରାଯାଇଛି ।

ମୃତକ ହେଲେ କାଠବାରୀ ଗାଁର ବାଦଲ ନାଏକ, ବାଇଧର ନାଏକ । ଏକ ବାହାଘର ଭୋଜି ପରେ ପ୍ରବଳ ଶୀତ ହେଉଥିବାରୁ ଜେନେରେଟର ଚାଲୁଥିବା ରୁମେ ଶୋଇପଡିଥିଲେ । ରୁମର କବାଟ, ଝରକା ଦେଇ ଶୋଇଥିବାରୁ ଧୁଆଁ ଯୋଗୁଁ ଅଣନିଶ୍ୱାସୀ ହୋଇ ୨ଜଣଙ୍କ ମୃତ୍ୟୁ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.