ବାଇକରେ ଯାଉଥିବାବେଳେ ଧକ୍କା ଦେଲା ଟ୍ରକ୍, ଘଟଣାସ୍ଥଳରେ ଚାଲିଗଲା ଦୁଇ ସାଙ୍ଗଙ୍କ ଜୀବନ

ରାଇରଙ୍ଗପୁର(କେନ୍ୟୁଜ୍): ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଗୋପାଳପୁର ଗାଁ ନିକଟ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଅଜଣା ଟ୍ରକ୍‌ ଧକ୍କାରେ ଚାଲିଗଲା ୨ ବାଇକ୍‌ ଆରୋଙ୍କ ଜୀବନ। ସୂଚନା ମୁତାବକ, ଗତକାଲି ବିଳମ୍ବିତ ରାତିରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ମୃତକ ଦୁଇଜଣ ହେଉଛନ୍ତି, ମହିସାନେଦା ଗାଁର ଭୋଗାନ ମୁର୍ମୁ ଓ ଶ୍ୟାମ ମୁର୍ମୁ ।

ଖବର ମୁତାବକ, ଗତକାଲି ରାତିରେ ଶ୍ୟାମ ନିଜ ସାଙ୍ଗ ଭୋଗାନଙ୍କ ସହ ଜଣେ ସମ୍ପର୍କୀୟଙ୍କ ଘରକୁ ଯାଉଥିଲେ। ମାତ୍ର ଗୋପାଳପୁର ଗାଁ ନିକଟରେ ଦ୍ରୁତ ଗତିରେ ଯାଉଥିବା ଏକ ଟ୍ରକ୍‌ ସେମାନଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଉଭୟଙ୍କ ମୃତ୍ୟୁ ହୋଇଥିଲା।

ଏନେଇ ଖବର ପାଇବା ପରେ  ଗ୍ରାମାଞ୍ଚଳ ଥାନା ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି, ସ୍ଥାନୀୟ ଲୋକଙ୍କ ସହାୟତାରେ ଦୁଇ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ  ରାଇରଙ୍ଗପୁର ଡାକ୍ତରଖାନାକୁ ପଠାଇଥିବା ଜଣାପଡିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.