ପୋଲିସ ଡିଜି ଅଭୟଙ୍କ ଉପସ୍ଥିତିରେ ଆତ୍ମସମର୍ପଣ କଲେ ୨ ହାର୍ଡକୋର ମାଓବାଦୀ

ମାଲାକନିଗିରି(କେନ୍ଯୁଜ୍): ଆତ୍ମସମର୍ପଣ କଲେ ୨ ହାର୍ଡକୋର ମାଓବାଦୀ। ମାଲାକନିଗିରି ଜିଲ୍ଲା ପୋଲିସ କାର୍ଯ୍ୟାଳୟରେ ପୋଲିସ ଡିଜି ଅଭୟଙ୍କ ଉପସ୍ଥିତିରେ ଦୁଇ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଆଜି କୋରାପୁଟ ପରେ ମାଲକାନଗିରି ଗସ୍ତରେ ଆସିଥିଲେ ପୋଲିସ ଡିଜି ଅଭୟ।

ମାଓ ରଣନୀତି ନେଇ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ଏହି ସମୟରେ ଦୁଇ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଥିଲେ। ସେମାନଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରାଯିବ ବୋଲି ପୋଲିସ ଡିଜି କହିଛନ୍ତି। ଏହାପୂର୍ବରୁ କୋରାପୁଟ ଏସ୍‌ପି ଓ BSF ଅଧିକାରୀଙ୍କ ସହ ଆଲୋଚନା କରିଥିଲେ ଡିଜିପି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.