ପୁରୀ ବାଣ ବିସ୍ଫୋରଣ ଘଟଣା, ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣଙ୍କର ମୃତ୍ୟୁ

ପୁରୀ: ପୁରୀ ବାଣ ବିସ୍ଫୋରଣ ଘଟଣାରେ ଆଉ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ଭୁବନେଶ୍ଵରରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହା ପୂର୍ବରୁ ଅନ୍ୟ ଜଣେ ଯୁବକଙ୍କର କଟକ ଏସସିବି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା ।

ସୂଚନା ଅନୁସାରେ, ଗତକାଲି ପୁରୀ ସଦର ଥାନା ଅନ୍ତର୍ଗତ ବାଟଗାଁରେ ବାଣ ପ୍ରସ୍ତୁତି ସମୟରେ ବିସ୍ଫୋରଣ ଘଟିବାରୁ ୩ ଜଣ ଆହତ ହୋଇଥିଲେ ।  ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଥିଲା । ଜଣଙ୍କୁ ଭୁବନେଶ୍ଵର ଏବଂ ଅନ୍ୟ ଜଣଙ୍କୁ କଟକ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା ।  ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ଆହତ ଚିକିତ୍ସାଧୀନ ଅଛନ୍ତି ।

You might also like