ଓଡ଼ିଶାରେ ଦୁଇ JN.1 ସଂକ୍ରମିତ ଚିହ୍ନଟ, କୋଭିଡ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ଟପିଲା

ଓଡ଼ିଶାରେ କରୋନାର ନୂଆ ଭାରିଆଣ୍ଟ JN.1 ଚିହ୍ନଟ ହୋଇଛି। ଏଥିରେ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଜଣେ ସୁସ୍ଥ ଥିବାବେଳେ ଅନ୍ୟ ଜଣେ ଚିକିତ୍ସାଧୀନ ଅଛନ୍ତି।

ଭୁବନେଶ୍ୱର (କେନ୍ୟୁଜ୍‌): ଓଡ଼ିଶାରେ କରୋନାର ନୂଆ ଭାରିଆଣ୍ଟ JN.1 ଚିହ୍ନଟ ହୋଇଛି। ଏଥିରେ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଜଣେ ସୁସ୍ଥ ଥିବାବେଳେ ଅନ୍ୟ ଜଣେ ଚିକିତ୍ସାଧୀନ ଅଛନ୍ତି। ବର୍ତ୍ତମାନ ରାଜ୍ୟରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ୩୦କୁ ବୃଦ୍ଧି ପାଇଥିବା ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର।

ଗତ ୨୪ ଘଣ୍ଟାରେ ରାଜ୍ୟରେ ଜଣେ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନୁଗୋଳରୁ ଚିହ୍ନଟ ହୋଇଥିବା ଏହି ଆକ୍ରାନ୍ତ ଜଣଙ୍କ ହୋମ ଆଇସୋଲେସନରେ ଅଛନ୍ତି । ସେହିଭଳି ୩ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୨୫ । ରାଜ୍ୟ ସରକାର କରୋନା ମୁକାବିଲା ପାଇଁ ସଂପୂର୍ଣ୍ଣ ପ୍ରସ୍ତୁତ ଥିବା କହିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ। ତେବେ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି।

ରାଜ୍ୟରେ କାୟା ମେଲାଉଛି କରୋନା । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଦେଖିବାକୁ ମିଳିଛି । ସେପଟେ କୋଭିଡ୍ ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ବିଭାଗ ପକ୍ଷରୁ କୁହାଯାଇଛି । ସେହିପରି ରାଜ୍ୟର ସମସ୍ତ ଭେଷଜ ମହାବିଦ୍ୟାଳୟ ଓ ହସ୍ପିଟାଲକୁ ଚିଠି ଲେଖି କରୋନା ନିୟମାବଳୀ ମାନିବାକୁ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ପକ୍ଷରୁ କୁହାଯାଇଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.