କେନ୍ଦ୍ରାପଡା ଗୋପାଳପୁରଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ ଓ ବାଇକ ମୁହାଁମୁହିଁ ଧକ୍କା ଫଳରେ ଗଲା ୨ ଜୀବନ

କେନ୍ଦ୍ରାପଡା : କେନ୍ଦ୍ରାପଡା ଜିଲ୍ଲା ରାଜନଗର ଥାନା ଗୋପାଳପୁରଠାରେ ମର୍ମତୁଦ ସଡ଼କ ଦୁର୍ଘଟଣା । ଟ୍ରକ ଓ ବାଇକ ମୁହାଁମୁହିଁ ଧକ୍କା, ୨ ମୃତ । ମୃତକ ହେଲେ ରାଜନଗର ଓସ୍ତିଆ ଗାଁର ନିଗମାନନ୍ଦ ସାହୁ ଓ ତାଙ୍କ ଝିଆରୀ ପୂର୍ଣ୍ଣିମା । ରାଜନଗର ସ୍ୱାସ୍ଥ୍ୟ କେନ୍ଦ୍ରରୁ ଘରକୁ ଫେରୁଥିବା ବେଳେ ଏକ ସିମେଣ୍ଟ ବୋଝେଇ ଟ୍ରକ ତାଙ୍କୁ ଧକ୍କା ଦେଇଥିଲା ।

ଗୁରୁତର ଅବସ୍ଥାରେ ଉଭୟଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ହେଲେ ଡାକ୍ତର ଦୁଇ ଜଣଙ୍କୁ ମୃତ ଘୋଷଣା କରିଥିଲେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଟ୍ରକ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖି ତଦନ୍ତ ଚଳାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.