ବଙ୍ଗୋପସାଗରରେ ସୃଷ୍ଟି ହେଲା ୨ଟି ଲଘୁଚାପ, ୨୪ ଘଣ୍ଟାରେ ହେବ ଆହୁରୀ ଘନୀଭୂତ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଉଭୟ ପଶ୍ଚିମ ଓ ପୂର୍ବ ଭାଗରେ ଦୁଇଟି ଲଘୁଚାପ ସୃଷ୍ଟି ହୋଇଛି। ପଶ୍ଚିମ ଭାଗରେ ଲଘୁଚାପଟି ଦକ୍ଷିଣ ଗୁଜରାଟ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ହୋଇଛି। ପୂର୍ବ ଭାଗରେ ଦକ୍ଷିଣପଶ୍ଚିମ ବାଂଲାଦେଶ ପାଶ୍ବବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକାରେ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଅଞ୍ଚଳରେ ସକ୍ରିୟ ଘୁର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରୀ ଘନୀଭୂତ ହେବ । ଏହାର ପ୍ରଭାବରେ ୨୦ ତାରିଖ ଯାଏଁ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଆଜି ୩ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ୧୮, ୧୯ ଓ ୨୦ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ପାଇଁ ପାଗ ଅନୁକୁଳ ରହିଛି ।

 

 

ଆହୁରି ପଢ଼ନ୍ତୁ :  ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ, ୩ ଦିନ ପ୍ରବଳ ବର୍ଷିବ