ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଦୁଇଟି ଲଘୁଚାପ, ପ୍ରଭାବରେ ରାଜ୍ୟରେ ନଭେମ୍ବର ଦ୍ୱିତୀୟ ଓ ତୃତୀୟ ସପ୍ତାହାରେ ବର୍ଷା !

ଭୁବନେଶ୍ବର(କେନ୍ଯୁଜ୍): ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଦୁଇଟି ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟରେ ନଭେମ୍ବର ଦ୍ୱିତୀୟ ଓ ତୃତୀୟ ସପ୍ତାହାରେ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ ବିଶେଷଜ୍ଞଙ୍କ ସୂଚନା ଅନୁସାରେ ସୁମାତ୍ରା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି କମଶଃ ଘନୀଭୂତ ହେବ ।

୯ ତାରିଖରେ ଏହା ଲଘୁଚାପରେ ପରିଣତ ହେବ । ଆସନ୍ତା ୧୨ ଓ ୧୩ ତାରିଖରେ ତାମିଲନାଡୁ ଓ ସଂଲଗ୍ନ ଆନ୍ଧ୍ର ପ୍ରଦେଶ ଉପକୂଳ ଛୁଇଁବା ସମ୍ଭାବନା ରହିଛି । ଦକ୍ଷିଣ ଆରବ ସାଗରରେ ବର୍ତ୍ତମାନ ଥିବା ଲଘୁଚାପ କ୍ଷେତ୍ର ସେତେବେଳକୁ ଅଧିକ ଘନୀଭୂତ ହେବା ସମ୍ଭାବନା ଥିବାରୁ ସେଠାରୁ ପବନ ଟାଣିହେବ ।

ତେଣୁ ବଙ୍ଗୋପସାଗରରେ ଲଘୁଚାପ ଅଧିକ ଘନୀଭୂତ ନ ହେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଭୁବନେଶ୍ୱର, ପୁରୀ, ସମେତ ଉପକୂଳ ଅଞ୍ଚଳୟରେ ୧୧ ଓ ୧୨ ତାରିଖରେ ବର୍ଷା ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ୯ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । GFS ମଡେଲ ଅନୁସାରେ ଏହା ଆନ୍ଧ୍ର ଉପକୂଳ ଅତିକ୍ରମ କରିବ ।

Leave A Reply

Your email address will not be published.