ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ

ଭୁବନେଶ୍ବର(କେନ୍ଯୁଜ୍):ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ । ସଂଧ୍ୟାରେ ରେଜଲ୍ଟ ପ୍ରକାଶ ପାଇବ । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହାପରେ କଳା ଓ ଧନ୍ଦାମୂଳକ ପାଠ୍ୟକ୍ରମର ରେଜଲ୍ଟ ପ୍ରକାଶ ପାଇବ ।

୩୧ ତାରିଖ ସୁଦ୍ଧା ରେଜଲ୍ଟ ପ୍ରକାଶ କରିବାକୁ ପୂର୍ବରୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ । ଏବର୍ଷ କରୋନା ଯୋଗୁ ଯୁକ୍ତ ଦୁଇ ପରୀକ୍ଷା ବାତିଲ ହୋଇଥିଲା । ବିକଳ୍ପ ମୂଲ୍ୟାୟନ ଆଧାରରେ ରେଜଲ୍ଟ ପ୍ରକାଶ କରିବ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ । ଅସନ୍ତୁଷ୍ଟ ଛାତ୍ରଛାତ୍ରୀ ଅଫଲାଇନ୍‌ ପରୀକ୍ଷା ଦେଇପାରିବେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.