ଭିଜିଲାନ୍ସ ଜାଲରେ ଦୁଇ ଟେକ୍ସଟାଇଲ ଇନ୍‌ସପେକ୍ଟର, ସମବାୟ ସମିତିର ବିଲ୍‌ ରିଲିଜ୍ ପାଇଁ ନେଉଥିଲେ ଲାଞ୍ଚ

ବୌଦ୍ଧ : ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି ଦୁଇ ଟେକ୍ସଟାଇଲ ଇନ୍‌ସପେକ୍ଟର । ବୌଦ୍ଧ ବୟନ ଶିଳ୍ପ ସହକାରୀ ନିର୍ଦ୍ଦେଶକଙ୍କ ଅଫିସର ଦୁଇ ଜଣ ବୟନ ଶିଳ୍ପ ଇନ୍‌ସପେକ୍ଟରହେଲେ – କୃଷ୍ଣଚନ୍ଦ୍ର ସାହୁ ଓ ଅଦିତ କୁମାର ଦାସ । ୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡି ବସିଲା ଭିଜିଲାନ୍ସ । ବୌଦ୍ଧ ଜିଲ୍ଲା ବାଉଁଶୁଣୀ ଅଞ୍ଚଳର ଏକ ସମବାୟ ସମିତିର ବିଲ୍‌ ରିଲିଜ୍ ପାଇଁ ଆବଶ୍ୟକୀୟ କାମ କରିବାକୁ ଏହି ଦୁଇ ଅଧିକାରୀ ଲାଞ୍ଚ ମାଗିଥିଲେ । ଏନେଇ ଉକ୍ତ ସମବାୟ ସମିତି ପକ୍ଷରୁ ଭିଜିଲାନ୍ସରେ ଅଭିଯୋଗ କରାଯାଇଥିଲା ।

ଲାଞ୍ଚ ନେଇ ଧରାପଡ଼ିବା ପରେ ଏହି ଦୁଇ ଅଧିକାରୀଙ୍କ ଦୁଇଟି ଲେଖାଏଁ ଠିକଣାରେ ଚଢ଼ାଉ କରିଛି ଭିଜିଲାନ୍ସ । ସେମାନେ ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିବା ସନ୍ଦେହରେ ଏହି ଚଢ଼ାଉ କରାଯାଇଛି । ଏହି ଘଟଣାରେ ଭିଜିଲାନ୍ସ ପକ୍ଷରୁ ମାମଲା ରୁଜୁ କରାଯାଇ ଅଧିକ ତଦନ୍ତ କରାଯାଉଛି ।