ଦୁଇ ଟ୍ରକ ମୁହାଁମୁହିଁ ଧକ୍କା, ଜଣେ ମୃତ, ଆଉ ଜଣେ ଗୁରୁତର

ଦୁଇ ଟ୍ରକ ମୁହାଁମୁହିଁ ଧକ୍କା, ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଭଦ୍ରକ ବାସୁଦେବପୁର ରାସ୍ତା ହାବାଲିସାହି ଛକ ନିକଟରେ ଘଟିଛି ଏହି ଦୁର୍ଘଟଣା ।

ବାସୁଦେବପୁର (କେନ୍ୟୁଜ): ଦୁଇ ଟ୍ରକ ମୁହାଁମୁହିଁ ଧକ୍କା, ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଭଦ୍ରକ ବାସୁଦେବପୁର ରାସ୍ତା ହାବାଲିସାହି ଛକ ନିକଟରେ ଘଟିଛି ଏହି ଦୁର୍ଘଟଣା ।

ସୂଚନା ନୌଶରେ ଗତକାଲି ମଧ୍ୟ ରାତିରେ ଧାମରାରୁ ବାସୁଦେବପୁର ଅଭିମୁଖେ ଆଇରନ ଖାଲିକରି ଆସୁଥିବା ଟ୍ରକଟି ରା ସ୍ତାକଡ଼ରେ ଛିଡା ହୋଇଥିଲା । ଏହି ସମୟରେ ସାମ୍ନା ପଟୁ ଆସୁଥିବା ଏକ ଟ୍ରକ ଧକ୍କା ଦେଇଥିଲା । ଯାହାଫଳରେ ଘଟଣାସ୍ଥଳରେ ଜଣେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଚାଳକ ଗୁରୁତର ହୋଇଛନ୍ତି । ତେବେ ଗୁରୁତର ଥିବା ଡ୍ରାଇଭରଙ୍କ ଗୋଡ ସଂପୂର୍ଣ୍ଣ ଭାଙ୍ଗିଯାଇଥିବା ବେଳେ ଶରୀର ବିଭିନ୍ନ ସ୍ଥାନରେ ଗଭୀର ଆଘାତ ଲାଗିଛି ।

ସେପଟେ ଦୁର୍ଘଟଣାର ଖବର ପାଇ ଦମକଳ ବାହିନୀ ପହଞ୍ଚି ଦୁଇ ଆହତକୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ଜଣଙ୍କୁ ମୃତ୍ୟୁ ଘୋଷଣା କରିଛନ୍ତି । ଗୁରୁତରଙ୍କୁ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ବର୍ତ୍ତମାନ ସୁଦ୍ଧା ମୃତ ଯୁବକ ଓ ଆହତଙ୍କ ପରିଚୟ ମିଳିପାରିନାହିଁ ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.