କେନ୍ଦୁଝର: ଦୁଇଟି ଟ୍ରକ ମୁହାଁମୁହିଁ ଧକ୍କା, ୨ ଡ୍ରାଇଭରଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର

କେନ୍ଦୁଝର(କେନ୍ଯୁଜ୍): କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ ସୁଆକାଟି ଗନ୍ଧମାର୍ଦ୍ଧନ ଖଣିର ୪ ନମ୍ବର କଣ୍ଟା ନିକଟରେ ଦୁଇଟି ଟ୍ରକ ମୁହାଁମୁହିଁ ଧକ୍କା । ଯାହା ଫଳରେ ଦୁଇ ଡ୍ରାଇଭର ଚାପି ହୋଇ ଗୁରୁତର ଆହତ ହୋଇଛନ୍ତି ।

ଘଟଣାପରେ ଖବର ପାଇ ସଦର ପୋଲିସ ପହଁଚି ଉଭୟ ଆହତଙ୍କୁ ଉଦ୍ଧାର କରି କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଚିକିତ୍ସା ପାଇଁ ପଠାଇଥିଲେ। ତେବେ ଡ୍ରାଇଭର ଦ୍ୱୟଙ୍କ ମଧ୍ୟରୁ ଜଣଙ୍କର ସ୍ୱାସ୍ଥ୍ୟ ଅବସ୍ଥା, ଅନ୍ଯଜରଙ୍କ ଠାରୁ ଗୁରୁତର ଥିବା ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି । ପୋଲିସ ଦୁଇ ଗାଡିକୁ ଜବତ କରି ତଦନ୍ତ କରୁଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.