ଓଡ଼ିଶାରେ ଦୁଇ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରାଜୀବ ଚନ୍ଦ୍ରଶେଖର

ଭୁବନେଶ୍ୱର(କେନ୍ୟୁଜ୍): ଓଡ଼ିଶାରେ ଦୁଇ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରାଜୀବ ଚନ୍ଦ୍ରଶେଖର । ପୁରୀରେ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟର ଦଶମ ପରାମର୍ଶଦାତା କମିଟି ବୈଠକରେ ଉଭୟ ଯୋଗ ଦେଇଛନ୍ତି । ମେ ଫେୟାର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ କେନ୍ଦ୍ର ଶିକ୍ଷା ଏବଂ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅଧ୍ୟକ୍ଷତା କରୁଛନ୍ତି ।

ବୈଠକରେ ଦକ୍ଷତା ବିକାଶ ଓ ଉଦ୍ୟମିତା ରାଷ୍ଟ୍ରମନ୍ତ୍ରୀ ଡ. ରାଜୀବ ଚନ୍ଦ୍ରଶେଖରଙ୍କ ସମେତ ବିଭିନ୍ନ ରାଜନୈତିକ ଦଳର ସାଂସଦ ଉପସ୍ଥିତ ଅଛନ୍ତି । ଦକ୍ଷତା ବିକାଶ ଓ ଉଦ୍ୟମିତା କ୍ଷେତ୍ର ସହ ଜଡ଼ିତ ବିଷୟରେ ବିଚାର ବିମର୍ଶ ଚାଲିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.