Below header

ଦୁଇବର୍ଷ ପରେ ଭକ୍ତଙ୍କ ଗହଣରେ ହେବ ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା, କିନ୍ତୁ ଶ୍ରୀବିଗ୍ରହମାନଙ୍କୁ ସ୍ପର୍ଶ କରିପାରିବେ ନାହିଁ ଭକ୍ତ

ପୁରୀ(କେନ୍ୟୁଜ୍):ଦୁଇବର୍ଷ ପରେ ଭକ୍ତଙ୍କ ଗହଣରେ ହେବ ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ତିନିଘଣ୍ଟା ପାଇଁ ସ୍ନାନ ମଣ୍ଡପରେ ଭକ୍ତଙ୍କୁ ମିଳିବ ଦର୍ଶନ ସୁଯୋଗ । ତେବେ କୌଣସି ଭକ୍ତ ଶ୍ରୀବିଗ୍ରହମାନଙ୍କୁ ସ୍ପର୍ଶ କରିପାରିବେ ନାହିଁ। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଦେବସ୍ନାନ ପୂର୍ଣ୍ଣିମା, ରଥଯାତ୍ରା, ବାହୁଡା ଯାତ୍ରା, ସୁନାବେଶ ଓ ନିଳାଦ୍ରୀ ବିଜେକୁ ସୁରୁଖୁରୁରେ ଓ ଶୃଙ୍ଖଳିତ ଭାବେ ଶେଷ କରିବା ପାଇଁ ଗୁରୁତ୍ୱ ଦିଆଯାଇଛି।

ନୀତି ସବକମିଟି ଚୂଡାନ୍ତ କରିଥିବା ନୀତିର୍ନିଘଣ୍ଟ ଓ ବ୍ୟବସ୍ଥାବଳୀକୁ ବୈଠକରେ ମୋହର ବାଜିଛି। ସ୍ନାନ ପୂର୍ଣ୍ଣିମା ଦିନ ମଙ୍ଗଳାର୍ପଣ, ଡୋରଲାଗି ଓ ପୁଷ୍ପାଞ୍ଜଳି ପରେ ପହଣ୍ଡି ଆରମ୍ଭ ହେବ । ଏଥର ଭକ୍ତଙ୍କ ଗହଣରେ ଦେବସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହେବାକୁ ଯାଉଥିବାରୁ ଅଧିକ ଦ୍ଵିଗୁଣା ଭକ୍ତଙ୍କ ସମାଗମ ହେବାର ସମ୍ଭାବନା ରହିଛି। ଏହାସହ କେନ୍ଦ୍ରାଞ୍ଚଳ ଆଇଜି ଶ୍ରୀମନ୍ଦିର ବାହାରେ ଓ ଭିତରେ ସୁରକ୍ଷା ବ୍ୟବସ୍ଥାର ଅନୁଧ୍ୟାନ କରିଛନ୍ତି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.