Below header

ଭୁବନେଶ୍ବର ନାଲକୋ ଛକ ନିକଟ ଏକ ଗଛରୁ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ବର(କେନ୍ୟୁଜ୍): ଭୁବନେଶ୍ବରରୁ ଝୁଲନ୍ତା ମୃତଦେହ ଉଦ୍ଧାର। ଭୁବନେଶ୍ବର ନାଲକୋ ଛକ ନିକଟରେ ଥିବା ଏକ ଗଛରୁ ଝୁଲନ୍ତା ମୃତଦେହ ଉଦ୍ଧାର। ଏନେଇ ଜାଣିବାପରେ ଘଟଣାସ୍ଥଳରେ ଚନ୍ଦ୍ରଶେଖରପୁର ଥାନା ପୋଲିସ୍ ପହଁଚି ମୃତଦେହ ଉଦ୍ଧାର କରି ବ୍ୟବଛେଦ ପାଇଁ ପଠାଇଛି।

ତେବେ ଏଯାଏ ମୃତ ବ୍ୟକ୍ତିଙ୍କର କୌଣସି ପରିଚୟ ମିଳିପାରିନାହିଁ । ଗତକାଲି ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିବା ସନ୍ଦେହ କରୁଛି ପୋଲିସ। ତେବେ ଏହା ହତ୍ୟା କି ଆତ୍ମହତ୍ୟା ସେନେଇ କାରଣ ସ୍ପଷ୍ଟ ହୋଇନଥିବାବେଳେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.