Below header

ଓଡ଼ିଶାରେ ବୈଦେଶିକ ମନ୍ତ୍ରୀ ଏସ୍‌‌.ଜୟଶଙ୍କର, ଭୁବନେଶ୍ୱର-କଟକର ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ

ଓଡ଼ିଶାରେ ବିଜେପି କେନ୍ଦ୍ରୀୟ ନେତାଙ୍କ ମାରାଥନ ପ୍ରଚାର । ଭୁବନେଶ୍ୱର ବିମାନବନ୍ଦରରେ ଜୟଶଙ୍କର ପହଞ୍ଚିବା ପରେ ରାଜ୍ୟ ବିଜେପିର ବରିଷ୍ଠ ନେତାମାନେ ଭବ୍ୟ ସ୍ୱାଗତ କରିଥିଲେ। ରାଜ୍ୟରେ ନିର୍ବାଚନ ପାଇଁ କେନ୍ଦ୍ରୀୟ ନେତମାନେ ଓଡ଼ିଶା ଗସ୍ତ ଜାରି ରଖିଛନ୍ତି। ଜୟଶଙ୍କର ଆଜି ଭୁବନେଶ୍ୱରରେ ବୃଦ୍ଧିଜୀବୀ ଓ ଗଣମାଧ୍ୟମ ପ୍ରତିନିଧିଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ସେହିପରି ଆସନ୍ତାକାଲି କଟକ ଓ ସମ୍ବଲପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର।

ଭୁବନେଶ୍ୱର (କେନ୍ୟୁଜ): ଓଡ଼ିଶାରେ ବିଜେପି କେନ୍ଦ୍ରୀୟ ନେତାଙ୍କ ମାରାଥନ ପ୍ରଚାର । ଭୁବନେଶ୍ୱର ବିମାନବନ୍ଦରରେ ଜୟଶଙ୍କର ପହଞ୍ଚିବା ପରେ ରାଜ୍ୟ ବିଜେପିର ବରିଷ୍ଠ ନେତାମାନେ ଭବ୍ୟ ସ୍ୱାଗତ କରିଥିଲେ। ରାଜ୍ୟରେ ନିର୍ବାଚନ ପାଇଁ କେନ୍ଦ୍ରୀୟ ନେତମାନେ ଓଡ଼ିଶା ଗସ୍ତ ଜାରି ରଖିଛନ୍ତି। ଜୟଶଙ୍କର ଆଜି ଭୁବନେଶ୍ୱରରେ ବୃଦ୍ଧିଜୀବୀ ଓ ଗଣମାଧ୍ୟମ ପ୍ରତିନିଧିଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ସେହିପରି ଆସନ୍ତାକାଲି କଟକ ଓ ସମ୍ବଲପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର।

ସେହିପରି ୫ ତାରିଖରେ ପୁଣି ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ନଡ୍ଡା ରାଜ୍ୟ ବିଜେପିର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ କରିବା କାର୍ଯ୍ୟକ୍ରମ ରହିଛି। ସନ୍ଧ୍ୟାରେ କଟକରେ କାର୍ଯ୍ୟକର୍ତ୍ତା ବୈଠକରେ ଗୁରୁମନ୍ତ୍ର ଦେବାର କାର୍ଯ୍ୟକ୍ରମ ରହିଛି । ୬ ତାରିଖରେ ମୋଦିଙ୍କର ଓଡ଼ିଶାରେ ପ୍ରଥମ ନିର୍ବାଚନୀ କାର୍ଯ୍ୟକ୍ରମ ହେବାକୁ ଯାଉଛି । ଏହି ଗସ୍ତ ବେଳେ ମୋଦୀ ବ୍ରହ୍ମପୁର ଓ ନବରଙ୍ଗପୁରରେ ସାଧାରଣ ସଭାର ଆୟୋଜନ କରିବେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.