ବିଳମ୍ବିତ ରାତ୍ରୀରେ ଭୁବନେଶ୍ୱରରେ ପହଞ୍ଚିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ଆଜି ଶ୍ରାବଣ ସୋମବାରରେ ଲିଙ୍ଗରାଜ ମନ୍ଦିରକୁ ଯାଇ କରିବେ ଦର୍ଶନ

ଭୁବନେଶ୍ୱର(କେନ୍ୟୁଜ୍): ଆଜି ଶ୍ରାବଣ ମାସର ଶେଷ ସୋମବାରରେ ଲିଙ୍ଗରାଜ ମନ୍ଦିରକୁ ଯାଇ ଦର୍ଶନ କରିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ପରେ କଟକ ଗସ୍ତ କରି ଓଡ଼ିଆ ବଜାର ସ୍ଥିତ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମସ୍ଥାନ ପରିଦର୍ଶନ କରିବେ । ନେତାଜୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଜଣାଇବେ । କଟକ ଇନଡ଼ୋର୍‌ ଷ୍ଟାଡ଼ିୟମରେ ଏକ କାର୍ଯ୍ୟକ୍ରମରେ ଯୋଗଦେବେ । ଅପରାହ୍ନରେ ଭୁବନେଶ୍ୱର ସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ପ୍ରମୁଖ ନେତୃବୃନ୍ଦ ଓ କାର୍ଯ୍ୟକର୍ତ୍ତାଙ୍କ ସହ ବିଭିନ୍ନ ବିଷୟରେ ଆଲୋଚନା କରିବେ । ପରବର୍ତ୍ତୀ ପର୍ଯ୍ୟାୟରେ ଭୁବନେଶ୍ୱରରେ ମୋଦି @ 20 : ଡ୍ରିମ୍ସ ମିଟ୍‌ ଡେଲିଭରି ପୁସ୍ତକର ପଠନ କାର୍ଯ୍ୟକ୍ରମରେ ଯୋଗଦେବେ ।

ସୂଚନା ଥାଉକି, ଦୁଇ ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ରବିବାର ବିଳମ୍ବିତ ରାତ୍ରୀରେ ନୂଆଦିଲ୍ଲୀରୁ ବିମାନ ଯୋଗେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି । ତାଙ୍କ ସାଥୀରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆସିଛନ୍ତି । ବିମାନବନ୍ଦର ପରିସରରେ ଅମିତ ଶାହଙ୍କୁ ବିଜେପିର ବରିଷ୍ଠ ନେତା, କାର୍ଯ୍ୟକର୍ତ୍ତା ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଛନ୍ତି । ପ୍ରଶଂସକମାନେ ହାତରେ ତ୍ରିରଙ୍ଗା ଧରିବା ସହ, ପାରମ୍ପରିକ ପୋଷାକ, ଲୋକକଳା, ଗୀତ ନୃତ୍ୟ ସହ ବାଦ୍ୟ ଯନ୍ତ୍ର ବଜାଇ ତାଙ୍କୁ ସ୍ୱାଗତ ଜଣାଇଛନ୍ତି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.