Below header

ଭୁବନେଶ୍ବର: ପେଟ୍ରୋଲ ପମ୍ଫ ଅଗ୍ନିକାଣ୍ଡ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର

କେନ୍ୟୁଜ୍(ବ୍ୟୁରୋ):  ରାଜଭବନ ନିକଟ ପେଟ୍ରୋଲ ପମ୍ଫ ଅଗ୍ନିକାଣ୍ଡ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ବିଭାଗ ସଚିବଙ୍କୁ ଏହାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମନ୍ତ୍ରୀ। ଏହା ସହ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀ ଓ ଇଣ୍ଡିଆନ ଅଏଲର ଅଧିକାରୀମାନଙ୍କ ସହ ଆଲୋଚନା କରି ତୁରନ୍ତ ଘଟଣାର ତଦନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ।

ଶ୍ରୀଯୁକ୍ତ ପ୍ରଧାନ ଟ୍ବିଟରେ ଲେଖିଛନ୍ତି ଯେ ଭୁବନେଶ୍ୱର ରାଜଭବନ ନିକଟସ୍ଥ ପେଟ୍ରୋଲ ପମ୍ପରେ ଅଗ୍ନିକାଣ୍ଡ ଖବର ଜାଣିବା ପରେ ଘଟଣାର ତଦନ୍ତ କରିବାକୁ ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ବିଭାଗର ସଚିବଙ୍କୁ ନିର୍ଦ୍ଦେଶ ଦେଲି । ଭୁବନେଶ୍ୱର ରାଜଭବନ ନିକଟସ୍ଥ ପେଟ୍ରୋଲ ପମ୍ପରେ ଅଗ୍ନିକାଣ୍ଡ ଖବର ଜାଣିବା ପରେ ଘଟଣାର ତଦନ୍ତ କରିବାକୁ ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ବିଭାଗର ସଚିବଙ୍କୁ ନିର୍ଦ୍ଦେଶ ଦେଲି । ଆହତ ମାନଙ୍କର ଆଶୁ ଆରୋଗ୍ୟ କାମନା କରିବା ସହ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ଶୀଘ୍ର ଆରୋଗ୍ୟ ହୋଇ ଫେରିବେ ବୋଲି ଆଶା କରୁଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.