ଅନୁଗୋଳରେ ଦୁଇଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟର ଭୂମିପୂଜା: ଯୋଗ ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଅନୁଗୁଳ(କେନ୍ୟୁଜ୍):  ଅନୁଗୋଳ ଜିଲ୍ଲା ତାଳଚେର ଅନ୍ତର୍ଗତ ଜଗନ୍ନାଥ ଏରିଆ ଓ ସୁଭଦ୍ରା ଏରିଆ ପାଇଁ ଦୁଇଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟର ଭୂମିପୂଜା ହୋଇଛି । କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଭୂମିପୂଜା କରିଛନ୍ତି । ଏଥିସହ ଦୁଇଟି ସ୍ଥାନରେ ଅସ୍ଥାୟୀ ଭାବରେ ଚାଲିବାକୁ ଥିବା କେନ୍ଦ୍ରୀୟ ବିଦ୍ୟାଳୟର ଶୁଭ ଉଦଘାଟନ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ । ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ଦେଶରେ ଶିକ୍ଷା, ରୋଜଗାର ଓ ସ୍ୱାସ୍ଥ୍ୟ ବ୍ୟବସ୍ଥାରେ ଉନ୍ନତି ପାଇଁ କେନ୍ଦ୍ର ସରକାର ପ୍ରତିଶ୍ରୁତିବଦ୍ଧ ।

dharmendra2

ତାଳଚେର ଅଞ୍ଚଳର ବ୍ୟାପକ ଉନ୍ନତି ପାଇଁ ପ୍ରଧାନମନ୍ତ୍ରୀ ଅଣ୍ଟା ଭିଡିଛନ୍ତି । ତାଳଚେର ଅଞ୍ଚଳକୁ ବିଶ୍ୱର ସବୁଠୁ ବଡ଼ ଶିଳ୍ପ କେନ୍ଦ୍ର କରିବାକୁ ପ୍ରୟାସ ଚାଲିଛି । ଦଳମତ ନିର୍ବିଶେଷରେ ସମସ୍ତଙ୍କର ସହଯୋଗ କାମନା କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି କାର୍ଯ୍ୟକ୍ରମରେ ଢେଙ୍କାନାଳ ସାଂସଦ ମହେଶ ସାହୁ ଓ ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.