Below header

ସମ୍ବଲପୁରରେ ‘ଶୀତଳ ଷଷ୍ଠୀ’ ଯାତ୍ରାରେ ସାମିଲ ହେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କହିଲେ ପର୍ବକୁ ଆଗକୁ ନେବାର ପ୍ରଚେଷ୍ଟା କରାଯିବ

ସମ୍ବଲପୁର(କେନ୍ୟୁଜ୍):  କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ସମ୍ବଲପୁରରେ ଶିବ-ପାର୍ବତୀ ଦେବଦମ୍ପତ୍ତିଙ୍କ ଅନନ୍ୟ ପରମ୍ପରାର ପର୍ବ ‘ଶୀତଳ ଷଷ୍ଠୀ’ ଯାତ୍ରାରେ ସାମିଲ ହୋଇଛନ୍ତି । ଏହି ଅବସରରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ସମ୍ବଲପୁରରେ ଶୀତଳ ଷଷ୍ଠୀ ଉତ୍ସବର ମହାନ୍ ପରମ୍ପରାରେ ସାମିଲ ହୋଇ ନିଜକୁ ସୌଭାଗ୍ୟଶାଳୀ ମନେ କରୁଛି ।

sital sasthi

ଭକ୍ତମାନେ ଆଜି ମହାଦେବ ଓ ମାତା ପାର୍ବତୀଙ୍କ ଯୁଗଳ ମୂର୍ତ୍ତି ଦର୍ଶନ କରୁଛନ୍ତି । ଭାଗ୍ୟରେ ଥିଲେ ଏହି ପର୍ବ ଦେଖିବାକୁ ମିଳିଥାଏ । ଆଗାମୀ ଦିନରେ ଭାରତ ସରକାରଙ୍କ ପ୍ରଚେଷ୍ଟାରେ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ‘ଶୀତଳ ଷଷ୍ଠୀ’ ପର୍ବକୁ ଆଗକୁ ନେବାର ପ୍ରଚେଷ୍ଟା କରାଯିବ ବୋଲି ସେ କହିଛନ୍ତି । କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ନନ୍ଦପଡ଼ା, ଝାଡ଼ୁଆପଡ଼ା, ମୁଦିପଡ଼ା ଏବଂ ଏବଂ ବାଲିବନ୍ଧାରେ ‘ଶୀତଳ ଷଷ୍ଠୀ’ ଯାତ୍ରାରେ ସାମିଲ ହୋଇଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.