Below header

କେନ୍ଦ୍ର କୋଇଲା ଓ ଖଣିମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଠିକା ଶ୍ରମିକଙ୍କ ଦୈନିକ ମଜୁରୀ ବୃଦ୍ଧି ନେଇ କଲେ ଆଲୋଚନା

କେନ୍ୟୁଜ୍(ବ୍ୟୁରୋ):ଦିଲ୍ଲୀରେ କେନ୍ଦ୍ର କୋଇଲା ଓ ଖଣିମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅନୁଗୁଳ ଓ କୁଲାଡ଼ରେ ଟ୍ରକ୍‌ ଦ୍ୱାରା ଆଲୁମିନିୟମ ପରିବହନ ନେଇ ଆଲୋଚନା କରିଛନ୍ତି । କୋଇଲା ଓ ଖଣି କ୍ଷେତ୍ରରେ କାମ କରୁଥିବା ଠିକା ଶ୍ରମିକଙ୍କ ଦୈନିକ ମଜୁରୀକୁ ବୃଦ୍ଧି କରିବା ସହ ଉଚ୍ଚସ୍ତରୀୟ କମିଟିର ସୁପାରିଶକୁ ଲାଗୁ କରିବା ଦିଗରେ ଆଲୋଚନା କରିଥିବା ଟ୍ଵିଟ୍‌ କରି ସୂଚନା ଦେଇଛନ୍ତି ଧର୍ମେନ୍ଦ୍ର । ନାଲକୋ ଦ୍ୱାରା ସ୍ମେଲଟର ପ୍ଲାଣ୍ଟର ସମ୍ପ୍ରସାରଣ ନେଇ ମଧ୍ୟ କଥାବାର୍ତ୍ତା ହୋଇଛି ।

dharmendra1

ଏହାବ୍ୟତୀତ କୋଇଲା ଖନନ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସିଏସଆର ଖର୍ଚ୍ଚ ଅଟକଳକୁ ବୃଦ୍ଧି କରି ଲୋକଙ୍କ ଶିକ୍ଷା, ସ୍ୱାସ୍ଥ୍ୟ ଭିତ୍ତିଭୂମି, ପାନୀୟ ଜଳ, ମୌଳିକ ସମସ୍ୟାକୁ ପ୍ରାଥମିକତା ଭିତ୍ତିରେ କରିବା ପାଇଁ ଆଲୋଚନାରେ ଗୁରୁତ୍ୱ ଦିଆଯାଇଛି । ରାଜ୍ୟବାସୀଙ୍କ ହିତ ଦୃଷ୍ଟିରୁ କୋଇଲା ଓ ଖଣି ବିଭାଗର କାର୍ଯ୍ୟକୁ ତ୍ୱରାନ୍ଵିତ କରିବା ଦିଗରେ ଆଲୋଚନା ହୋଇଛି । ଓଡ଼ିଶାର ବିକାଶ ଓ ସ୍ୱାର୍ଥକୁ ଦୃଷ୍ଟିରେ ରଖି ବ୍ୟକ୍ତିଗତ ହସ୍ତକ୍ଷେପ କରିବା ପାଇଁ ବିଭାଗୀୟ ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଧର୍ମେନ୍ଦ୍ର ପ୍ରଧାନ ଅନୁରୋଧ କରିଛନ୍ତି । ସମସ୍ତ ବିଷୟକୁ ଅନୁଧ୍ୟାନ କରି ଉଚିତ୍‌ ପଦକ୍ଷେପ ନିଆଯିବ ବୋଲି କେନ୍ଦ୍ରମନ୍ତ୍ରୀ ଆଶ୍ୱସ୍ତ କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.