ଦିନିକିଆ ସମ୍ବଲପୁର ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଦିନିକିଆ ସମ୍ବଲପୁର ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆଜି ପ୍ରଥମେ ସମ୍ବଲପୁର ରେଳ ଷ୍ଟେସନରେ ସମ୍ବଲପୁର-ଦର୍ଶନ ନଗର - ସମ୍ବଲପୁର ଆସ୍ଥା ସ୍ୱତନ୍ତ୍ର ଟ୍ରେନର ଶୁଭାରମ୍ଭ କରିଛନ୍ତି । ଏହି ଟ୍ରେନଟି ସମ୍ବଲପୁରରୁ ଅଯୋଧ୍ୟା ବାହାରିଥିଲା । ଯାତ୍ରୀମାନେ ଏହି ଟ୍ରେନରେ ଯାଇ ପ୍ରଭୁ ଶ୍ରୀରାମଙ୍କୁ ଦର୍ଶନ କରି ପୁଣି ଏହି ଟ୍ରେନ ରେ ଫେରିବେ ।

ସମ୍ବଲପୁର(କେନ୍ୟୁଜ୍‌) : ଦିନିକିଆ ସମ୍ବଲପୁର ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆଜି ପ୍ରଥମେ ସମ୍ବଲପୁର ରେଳ ଷ୍ଟେସନରେ ସମ୍ବଲପୁର-ଦର୍ଶନ ନଗର – ସମ୍ବଲପୁର ଆସ୍ଥା ସ୍ୱତନ୍ତ୍ର ଟ୍ରେନର ଶୁଭାରମ୍ଭ କରିଛନ୍ତି । ଏହି ଟ୍ରେନଟି ସମ୍ବଲପୁରରୁ ଅଯୋଧ୍ୟା ବାହାରିଥିଲା । ଯାତ୍ରୀମାନେ ଏହି ଟ୍ରେନରେ ଯାଇ ପ୍ରଭୁ ଶ୍ରୀରାମଙ୍କୁ ଦର୍ଶନ କରି ପୁଣି ଏହି ଟ୍ରେନ ରେ ଫେରିବେ । ମାଝିପାଲି ଠାରେ ଓଡ଼ିଶାର ପ୍ରଥମ ସ୍କିଲ୍ ଇଣ୍ଡିଆ ସେଣ୍ଟରର ଉଦଘାଟନ କରିବାର କାର୍ଯ୍ୟସୂଚୀ ରହିଛି ।

ଏହାପରେ ସମ୍ବଲପୁର ପିଏମ ଶ୍ରୀ ଜବାହର ନବୋଦୟ ବିଦ୍ୟାଳୟରୁ ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦଘାଟିନ କରିବାକୁ ଥିବେ ବେଳେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର କାର୍ଯ୍ୟକ୍ରମରେ ସାମିଲ ହେବେ । ସମ୍ବଲପୁରରେ ସ୍କିଲ୍ ଇଣ୍ଡିଆ ସେଣ୍ଟର ଲୋକାର୍ପଣ ସହ ସନ୍ଥକବି ଭୀମ ଭୋଇ ଓ ଗଙ୍ଗାଧର ମେହେରଙ୍କ ଉପରେ ଡାକ ଟିକେଟ୍ ଉନ୍ମୋଚନ କରିବାର କାର୍ଯ୍ୟକ୍ରମ ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.