ରାଜ୍ୟ

ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗରେ ଧର୍ମେନ୍ଦ୍ରଙ୍କ ପ୍ରତିକ୍ରିୟା, ନିୟମକାନୁନର ପରିଧି ଭିତରେ ଶ୍ରୀମନ୍ଦିରର ସୌନ୍ଦର୍ଯ୍ୟକରଣ ହେବା ଉଚିତ୍

କେନ୍ୟୁଜ୍(ବ୍ୟୁରୋ): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ବିଭିନ୍ନ ଖବର ଆସୁଥିବା ବେଳେ ନିୟମକାନୁନର ପରିଧି ଭିତରେ ଶ୍ରୀମନ୍ଦିରର ସୌନ୍ଦର୍ଯ୍ୟକରଣ ହେବା ଉଚିତ୍ ବୋଲି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଶ୍ରୀ ପ୍ରଧାନ କହିଛନ୍ତି ଯେ ସଂସ୍କୃତି ସମ୍ପନ୍ନ ରାଜ୍ୟ ଓଡ଼ିଶାରେ ମଠ, ମନ୍ଦିରର ଐତିହ୍ୟ ଓ ପରମ୍ପରା ଦୃଷ୍ଟିକୋଣରୁ ବିଶେଷ ମହତ୍ୱ ରହିଛି । ଏ ସବୁର ସୁରକ୍ଷା ପାଇଁ ଭାରତ ସରକାରଙ୍କ ବ୍ୟବସ୍ଥିତ ନିୟମ ରହିଛି । ରାଜ୍ୟ ସରକାରମାନେ ଏହାକୁ ପାଳନ କରିବା ଉଚିତ୍ । ଶ୍ରୀମନ୍ଦିରର ଚତୁଃପାର୍ଶ୍ୱର ସୌନ୍ଦର୍ଯ୍ୟୀକରଣ ନେଇ କାହାର ଆପତି ନାହିଁ । ମାତ୍ର ବିଗତ କିଛି ଦିନ ମଧ୍ୟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ଆସୁଥିବା ଖବର ଚିନ୍ତାଜନକ ।

ଶ୍ରୀମନ୍ଦିର ପାର୍ଶ୍ୱବର୍ତୀ ଅଂଚଳରୁ ଯେଉଁଭଳି ହଜାର ହଜାର ବର୍ଷ ତଳର ପୁରାତନ ମୂର୍ତି ଓ ଅନ୍ୟାନ୍ୟ କୀର୍ତିରାଜି ମିଳୁଛି, ସେ ସବୁ ଅଣଦେଖା କରି ପରିକ୍ରମା ଯୋଜନାରେ ଆଧୁନିକୀକରଣ କହିବା ଉଚିତ୍ ନୁହେଁ । ଜଣେ ଜଗନ୍ନାଥ ଭକ୍ତ ଓ ଓଡ଼ିଆ ସଂସ୍କୃତିର ଅନୁଯାୟୀ ଭାବେ ପ୍ରବନ୍ଧକ ମାନଙ୍କ ଠାରୁ ନିୟମକାନୁନ ପରିଧିରେ ଶ୍ରୀମନ୍ଦିରର ସୌନ୍ଦର୍ଯ୍ୟୀକରଣ ହେବା ମୋର ଅପେକ୍ଷା ରହିବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି ।

KNews Bureau

Recent Posts

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

25 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

26 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

1 hour ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

1 hour ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

2 hours ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

2 hours ago