ରାଜ୍ୟ

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଲଢିବେ ଲୋକସଭା ନିର୍ବାଚନ, ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାରରେ କହିଲେ

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଲୋକସଭା ନିର୍ବାଚନ ଲଢିବେ। ଜାତୀୟ ଗଣମାଧ୍ୟମ ପିଟିଆଇକୁ ସାକ୍ଷାତକାର ଦେବା ଅବସରରେ ଏହା କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏଥର ପ୍ରତ୍ଯକ୍ଷ ନିର୍ବାଚନ ମଇଦାନକୁ ଓହ୍ଲାଇବେ ଧର୍ମେନ୍ଦ୍ର। ଓଡ଼ିଶାରୁ ସେ ଲୋକସଭା ନିର୍ବାଚନ ଲଢିବାକୁ ଚାହୁଁଛନ୍ତି।

ଏ ବାବଦରେ ସେ ଦଳକୁ ଅବଗତ କରାଇଛନ୍ତି। ପାର୍ଟି ସୁଯୋଗ ଦେଲେ ସେ ନିଶ୍ଚିତ ଭାବେ ନିର୍ବାଚନ ଲଢିବେ ବୋଲି କହିଛନ୍ତି। କିଛି ଦିନ ହେଲା ସେ ଲୋକସଭା ନିର୍ବାଚନ ଲଢିବେ ବୋଲି ଚର୍ଚ୍ଚା ହେଉଥିଲା। କିନ୍ତୁ ବିଧିବଦ୍ଧ ଭାବେ ସେ ଜାତୀୟ ଗଣମାଧ୍ୟମରେ ଏହାକୁ ସ୍ବୀକାର କରିଛନ୍ତି।

ଅର୍ଥାତ ଏଥର ସିଧା ଫାଇଟ୍। ୧୫ ବର୍ଷ ପରେ ପ୍ରତ୍ୟକ୍ଷ ନିର୍ବାଚନକୁ ଫେରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଲୋକସଭା ନିର୍ବାଚନ ଲଢିବା ପାଇଁ ସୂଚନା ଦେବା ପରେ ଏବେ ଚର୍ଚ୍ଚା ବଢିଛି କେଉଁ ଆସନରୁ ଲଢିବେ ଧର୍ମେନ୍ଦ୍ର। ଢେଙ୍କାନାଳ ନା ସମ୍ବଲପୁର ।

ଧର୍ମେନ୍ଦ୍ର ନିୟମିତି ସମ୍ବଲପୁର ଓ ଢେଙ୍କାନାଳ ସଂସଦୀୟ କ୍ଷେତ୍ର ଗସ୍ତ କରୁଛନ୍ତି। ଏ ଅଂଚଳର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଉଛନ୍ତି। ବର୍ତ୍ତମାନ ଢେଙ୍କାଳାନ ଲୋକସଭା ଆସନ ସହ ଏହା ଅନ୍ତର୍ଗତ ସମସ୍ତ ୭ ବିଧାନସଭା ଆସନ ବିଜେଡି ଦଖଲରେ ରହିଛି।

ସେପଟେ ସମ୍ବଲପୁର ଲୋକସଭା ସହ ଏହା ଅନ୍ତର୍ଗତ ତିନିଟି ବିଧାନସଭା କ୍ଷେତ୍ର ବିଜେପି ହାତରେ ରହିଛି। କେଉଁ ଲୋକସଭା ଆସନ ଧର୍ମେନ୍ଦ୍ର ପ୍ରଧାନ ବାଛିବେ। ସମ୍ବଲପୁର ନା ଢେଙ୍କାନାଳ ସଂସଦୀୟ କ୍ଷେତ୍ର , ତାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।

Niharanjan

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

6 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

7 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

8 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

9 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

9 hours ago