ଓଡ଼ିଶା ଲୋକଙ୍କ ସାମାଜିକ-ଆର୍ଥିକ ସ୍ୱାର୍ଥ ସହ ସାଲିସ କରାନଯାଉ, ସୀମା ବିବାଦ ସମାଧାନ ପାଇଁ ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

କେନ୍ୟୁଜ୍(ବ୍ୟୁରୋ):ସୀମା ବିବାଦ ସମାଧାନ ପାଇଁ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀଙ୍କୁ ପତ୍ର ଲେଖିଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପତ୍ରରେ ଦେଇଛନ୍ତି ୪ଟି ପ୍ରସ୍ତାବ। ଆନ୍ଧ୍ର ଓ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନାରେ ଆପୋଷ ସମାଧାନ ପାଇଁ କରିଛନ୍ତି ଅନୁରୋଧ। ରାଜ୍ୟର କଲ୍ୟାଣ ପାଇଁ ଯୁଗ୍ମ କାର୍ଯ୍ୟକାରୀ କମିଟି ଗଠନ କରିବାକୁ ଦେଇଛନ୍ତି ପ୍ରସ୍ତାବ।

ବିବାଦୀୟ ଗାଁଗୁଡିକରୁ ସଶସ୍ତ୍ର ସୁରକ୍ଷା ବଳକୁ ଅପସାରଣ ଏବଂ ସ୍ଥାନୀୟ ଜନପ୍ରତିନିଧି ଓ ସରକାରୀ ଅଧିକାରୀଙ୍କ ବିରୋଧରେ ହୋଇଥିବା ମାମଲାକୁ ପ୍ରତ୍ୟାହାର କରିବାକୁ ଅନୁରୋଧ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ। ଭିତ୍ତିଭୂମି, ସ୍ୱାସ୍ଥ୍ୟ, ଶିକ୍ଷା ଏବଂ ମୌଳିକ ସୁବିଧାକୁ ବାଦ୍‌ ଦେଇ ନୂଆ ଢାଞ୍ଚାଗତ ନିର୍ମାଣକୁ ବର୍ତ୍ତମାନ ପାଇଁ ସ୍ଥଗିତ ରଖିବାକୁ ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ।

କୋରାପୁଟ ଓ ଗଜପତି ଜିଲ୍ଲାର ସୀମାନ୍ତ ଅଂଚଳକୁ ନେଇ ଓଡ଼ିଶା-ଆନ୍ଧ୍ର ବିବାଦ ରହିଛି। ଉଭୟ ଜିଲ୍ଲାବାସୀଙ୍କ ସ୍ୱାର୍ଥ ଦୃଷ୍ଟିରୁ ଜଗନମୋହନ ରେଡୀଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡିଛନ୍ତି ଧର୍ମେନ୍ଦ୍ର ପ୍ରଧାନ। ଏହାସହ ଧର୍ମେନ୍ଦ୍ର କହିଛନ୍ତି, ଓଡ଼ିଶା ଲୋକଙ୍କ ସାମାଜିକ -ଆର୍ଥିକ ସ୍ୱାର୍ଥ ସହ ସାଲିସ କରାନଯାଉ। ଆପୋଷ ସମାଧାନ ପାଇଁ ଦ୍ୱିପାକ୍ଷିକ ଆଲୋଚନା ଓ ବିବାଦର ଶାନ୍ତିପୂର୍ଣ୍ଣ ସମାଧାନ ହେଉ ବୋଲି ଆଶା ରଖିଛନ୍ତି କେନ୍ଦ୍ରମନ୍ତ୍ରୀ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.