ଭୁବନେଶ୍ୱର (କେନ୍ୟୁଜ): ବରୁଣେଇରେ ପାଇକ ସ୍ମାରକୀ ପାଇଁ ଜମି ପ୍ରଦାନ କରିବେ ରାଜ୍ୟ ସରକାର । ୯ ଏକର ୬୮୫ ଡିସିମିଲ ଜମି ଦେବାକୁ କ୍ୟାବିନେଟ୍ରେ ନିଷ୍ପତ୍ତି ହୋଇଛି । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଧର୍ମେନ୍ଦ୍ର ପ୍ରଧାନ ଟ୍ଵିଟ୍ କରି କହିଛନ୍ତି ଭାରତ ସରକାରଙ୍କ ସଂସ୍କୃତି ବିଭାଗ ଓ ଇଣ୍ଡିଆନ୍ ଅଏଲ ଫାଉଣ୍ଡେସନ ସ୍ମାରକୀ ନିର୍ମାଣ ପାଇଁ ସହଯୋଗ ପ୍ରଦାନ କରୁଛନ୍ତି।
୨୦୧୭-୧୮ରେ ଭାରତର ତତ୍କାଳୀନ ଅର୍ଥମନ୍ତ୍ରୀ ସ୍ୱର୍ଗତ ଅରୁଣ ଜେଟଲୀ ପାଇକ ବିଦ୍ରୋହର ୨୦୦ ବର୍ଷ ପୂର୍ତ୍ତି ପାଳନ ପାଇଁ କେନ୍ଦ୍ର ବଜେଟରେ ଅର୍ଥର୍ ବରାଦ କରିବା ସହ ଓଡ଼ିଆ ଜାତିର ବୀରତ୍ୱକୁ ଅନ୍ତରାଷ୍ଟ୍ରୀୟ ସ୍ୱୀକୃତି ପ୍ରଦାନ କରିଥିଲେ। ପାଇକ ବିଦ୍ରୋହକୁ ଦେଶ ସାମ୍ନାରେ ଉପସ୍ଥାପିତ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଷ୍ଠାପର ଉଦ୍ୟମ କରୁଛନ୍ତି ବୋଲି କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ। ଓଡ଼ିଆ ଜାତିର ଅଦମ୍ୟ ସାହସ ବୀରତ୍ୱର ପ୍ରତୀକ ହୋଇ ପାଇକ ସ୍ମାରକୀ ଯୁବପୀଢିଙ୍କୁ ପ୍ରେରଣା ଯୋଗାଇବ ବୋଲି ସେ ଟ୍ଵିଟ୍ କରି କହିଛନ୍ତି।
ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…
ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…