Below header

କେନ୍ଦ୍ର ଖାଉଟି କଲ୍ୟାଣ ଏବଂ ଯୋଗାଣ ମନ୍ତ୍ରୀଙ୍କୁ ପତ୍ର ଲେଖିଲେ ଧର୍ମେନ୍ଦ୍ର, ରାଜ୍ୟରେ PDS ଚାଉଳରେ ଅପମିଶ୍ରିତ ଖବରର ତଦନ୍ତ ପାଇଁ ଅନୁରୋଧ

ରାଜ୍ୟରେ ବଣ୍ଟନ ହେଉଥିବା ପିଡିଏସ ଚାଉଳ ଅପମିଶ୍ରିତ ହେବା ଖବରର ତୁରନ୍ତ ତଦନ୍ତ ସହ ପୁଷ୍ଟିଯୁକ୍ତ ଚାଉଳର ବଣ୍ଟନ ବିଷୟରେ ଜନସାଧାରଣଙ୍କୁ ଅବଗତ କରିବାକୁ ତୁରନ୍ତ ପଦକ୍ଷେପ ନେବାକୁ ଚିଠିରେ ଅନୁରୋଧ କରିଛନ୍ତି

କେନ୍ୟୁଜ୍(ବ୍ୟୁରୋ): ପିଡିଏସ ଚାଉଳରେ ଅପମିଶ୍ରଣ ଖବରର ତଦନ୍ତ ପାଇଁ ଚିଠି। କେନ୍ଦ୍ର ଖାଉଟି କଲ୍ୟାଣ ଏବଂ ଖାଦ୍ୟ ଯୋଗାଣ ମନ୍ତ୍ରୀ ପୀୟୂଷ ଗୋଏଲଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ରାଜ୍ୟରେ ବଣ୍ଟନ ହେଉଥିବା ପିଡିଏସ ଚାଉଳ ଅପମିଶ୍ରିତ ହେବା ଖବରର ତୁରନ୍ତ ତଦନ୍ତ ସହ ପୁଷ୍ଟିଯୁକ୍ତ ଚାଉଳର ବଣ୍ଟନ ବିଷୟରେ ଜନସାଧାରଣଙ୍କୁ ଅବଗତ କରିବାକୁ ତୁରନ୍ତ ପଦକ୍ଷେପ ନେବାକୁ ଚିଠିରେ ଅନୁରୋଧ କରିଛନ୍ତି। ଏହାର ତଦନ୍ତ ପାଇଁ ମନ୍ତ୍ରଣାଳୟର ଅଧିକାରୀଙ୍କୁ ନିର୍ଦ୍ଦେଶ ଦେବାକୁ ପୀୟୂଷ ଗୋଏଲଙ୍କୁ ଅନୁରୋଧ କରିଛନ୍ତି।

ପୁଷ୍ଟିଯୁକ୍ତ ଚାଉଳର ବଣ୍ଟନ ବିଷୟରେ ଜନସାଧାରଣଙ୍କୁ ଅବଗତ କରାଯିବା ଦରକାର। କୋରାପୁଟ, ବାଲେଶ୍ୱର ଓ ସୁନ୍ଦରଗଡ଼ର କିଛି ଅଞ୍ଚଳରେ ପିଡିଏସ ଚାଉଳ ନେଇ ଜନସାଧାରଣଙ୍କ ମଧ୍ୟରେ ସନ୍ଦେହ ସୃଷ୍ଟି ହୋଇଛି। ପିଡିଏସ ମାଧ୍ୟମରେ ପ୍ଲାଷ୍ଟିକ ଚାଉଳ ବଣ୍ଟନ କରାଯାଉଥିବା ନେଇ ଗୁଜବ ସୃଷ୍ଟି ହୋଇଛି ବୋଲି ଉଲ୍ଲେଖ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହା ଦ୍ୱାରା ଭୟର ବାତାବରଣ ସୃଷ୍ଟି ହେବା ସହ ଲୋକଙ୍କ ମଧ୍ୟରେ ସ୍ୱାସ୍ଥ୍ୟ ନେଇ ଚିନ୍ତାପ୍ରକାଶ ପାଇଛି ବୋଲି କହିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.