ଯାଜପୁର : ବରୁଣିଆ ପାହାଡ଼ ନିକଟରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ଯାଜପୁର (କେ ନ୍ୟୁଜ୍‌): ପାହାଡ଼ ଉପରୁ ମିଳିଲା ମୃତଦେହ । ଯାଜପୁର ଜିଲ୍ଲା ବଡ଼ଚଣା ଥାନା ଅଧୀନ ବରୁଣିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି ସକାଳେ ଜଙ୍ଗଲରେ ଏହି ମୃତ ଦେହ ପଡିଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। ପରେ ଏ ନେଇ ବଡ଼ଚଣା ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ବଡ଼ଚଣା ପୋଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହ ଶବ ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇଛି।

ତେବେ ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳି ପାରିନାହିଁ। ବ୍ୟକ୍ତି ଜଣଙ୍କର କେମିତି ମୃତ୍ୟୁ ହୋଇଛି ଏବଂ ସେ ଏଠାକୁ କେମିତି ଆସିଲେ ସେ ନେଇ ପୋଲିସ ଅଧିକ ତଦନ୍ତ ଜାରି ରଖିଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.