Below header

ଘଟଗାଁ : ଜିଲ୍ଲା ପରିଷଦ ପ୍ରାର୍ଥୀଙ୍କ ଅକାଳ ବିୟୋଗ

ଘଟଗାଁ (କେନ୍ୟୁଜ୍‌): ପ୍ରାର୍ଥୀପତ୍ର ଯାଞ୍ଚ ହେଲା, କାଏମ ବି ରହିଲା । ହେଲେ ରହିଲେନି ପ୍ରାର୍ଥୀ ଜଣକ । କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ ଅନ୍ତର୍ଗତ ଢେଙ୍କିକୋଟ ୮ନମ୍ବର ଜୋନର ଜିଲ୍ଲା ପରିଷଦ ପ୍ରାର୍ଥୀ ଅନାଦି ଚରଣ ସିଂଙ୍କ ଆଜି ଅକାଳ ବିୟୋଗ ଘଟିଛି । ସେ ବିଜୁ ଜନତା ଦଳର ପ୍ରାର୍ଥୀ ଥିଲେ ।
ଗତକାଲି ସେ ହଠାତ ଅସୁସ୍ଥ ହୋଇ ପଡିଥିଲେ । ଅନାଦିଙ୍କୁ ପ୍ରଥମେ ଘଟଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ଆଜି ତାଙ୍କର ମୃତ୍ୟୁ ଘଟିଛି। ତାଙ୍କ ବିୟୋଗରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.