Below header

ଏଣିକି ଓଡ଼ିଆରେ ନାମଫଳକ ବାଧ୍ୟତାମୂଳକ, ଅନୁପାଳନ ନହେଲେ ଦୃଢ କାର୍ଯ୍ୟାନୁଷ୍ଠାନ

ଏଣିକି ଓଡ଼ିଆରେ ନାମଫଳକ ବାଧ୍ୟତାମୂଳକ। ରାଜ୍ୟର ସମସ୍ତ ଦୋକାନ ଓ ବ୍ୟବସାୟିକ ପ୍ରତିଷ୍ଠାନ ଓଡ଼ିଆରେ ନାମଫଳକ ଲେଖିବା ବାଧ୍ୟତାମୂଳକ। ଏନେଇ ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗ ପକ୍ଷରୁ ଏହାର କଡ଼ାକଡ଼ି ନିରୀକ୍ଷଣ କରାଯିବ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି।

ଭୁବନେଶ୍ୱର : ଏଣିକି ଓଡ଼ିଆରେ ନାମଫଳକ ବାଧ୍ୟତାମୂଳକ। ରାଜ୍ୟର ସମସ୍ତ ଦୋକାନ ଓ ବ୍ୟବସାୟିକ ପ୍ରତିଷ୍ଠାନ ଓଡ଼ିଆରେ ନାମଫଳକ ଲେଖିବା ବାଧ୍ୟତାମୂଳକ। ଏନେଇ ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗ ପକ୍ଷରୁ ଏହାର କଡ଼ାକଡ଼ି ନିରୀକ୍ଷଣ କରାଯିବ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି।

ଖିଲାପକାରୀଙ୍କ ସମସ୍ତ ଦୋକାନ ଓ ବ୍ୟବସାୟିକ ପ୍ରତିଷ୍ଠାନମାନଙ୍କୁ ୭ଦିନିଆ ନୋଟିସ ଦିଆଯିବ। ଚଳିତ ମାସରୁ ନିୟମ ଅନୁପାଳନ ନହେଲେ ଦୃଢ କାର୍ଯ୍ୟାନୁଷ୍ଠାନ ସହ ଜରିମାନା ଆଦାୟ କରାଯିବ। ଆବଶ୍ୟକ ସ୍ଥଳେ ବ୍ୟବସାୟିକ ପ୍ରତିଷ୍ଠାନର ଲାଇସେନ୍‌ସ ରଦ୍ଦ କରାଯିବ। ପ୍ରଥମ ଥର ଖିଲାପକାରୀଙ୍କୁ ୫ହଜାର ଟଙ୍କା ଜରିମାନା ଏବଂ ଦ୍ୱିତୀୟ ଥର ଖିଲାପକାରୀଙ୍କୁ ୨୫ହଜାର ଟଙ୍କା ତଣ୍ଡ ଗଣିବାକୁ ପଡ଼ିବ।

ଜିଲ୍ଲାସ୍ତରରେ ଅତିରିକ୍ତ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ଶ୍ରମ ଅଧିକାରୀ, ପୌରାଞ୍ଚଳ କାର୍ଯ୍ୟନିର୍ବାହୀ ଅଧିକାରୀ ଓ ବଜାର ଏବଂ ବାଣିଜ୍ୟ ସଂଘ ସହ ପ୍ରତିମାସରେ ବୈଠକ ହେବ। ଆଜି ଅନୁଷ୍ଠିତ ବୈଠକରେ ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗ, ଶ୍ରମ ଆୟୁକ୍ତ ଓ ଜିଲ୍ଲା ଶ୍ରମ ଅଧିକାରୀ ସାମିଲ ହୋଇଥିଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.